Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟି ଜୟ ଜଗନ୍ନାଥ କଲ୍ୟାଣ ମଣ୍ଡପ ଠାରେ ଗୋପବନ୍ଧୁ ସେବା ପରିଷଦ ପକ୍ଷରୁ ଏକ ସ୍ୱାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
January 27, 2025
in Nayagarh, State
ଇଟାମାଟି ଜୟ ଜଗନ୍ନାଥ କଲ୍ୟାଣ ମଣ୍ଡପ ଠାରେ ଗୋପବନ୍ଧୁ ସେବା ପରିଷଦ ପକ୍ଷରୁ ଏକ ସ୍ୱାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ
129
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଇଟାମାଟି ଜୟ ଜଗନ୍ନାଥ କଲ୍ୟାଣ ମଣ୍ଡପ ଠାରେ ଗୋପବନ୍ଧୁ ସେବା ପରିଷଦ ପକ୍ଷରୁ ଏକ ସ୍ୱାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ତଥା ବରିଷ୍ଠ ସମାଜସେବୀ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଯାହାକୁ ପରିଚାଳନା କରିଥିଲେ ଅନୁଷ୍ଠାନର ସମ୍ପାଦକ ଶ୍ରୀଯୁକ୍ତ କ୍ରିଷ୍ଣା କୁମାର ଅଗ୍ରୱାଲ। ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ନାୟକ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ଏହି ଶିବିରରେ ପ୍ରାୟ ୬୦ରୁ ଉର୍ଦ୍ଧ ବୃଦ୍ଧ ଓ ବୃଦ୍ଧା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଢୌକନ ପ୍ରଦାନ କରାଯିବା ସହିତ ରାମଚନ୍ଦ୍ର ସାହୁ (ଚକ୍ଷୁ ବିଶେଷଜ୍ଞ)ଙ୍କ ଦ୍ଵାରା ଚକ୍ଷୁ ପରୀକ୍ଷା କରାଯାଇ ମାଗଣାରେ ଚଷମା ଯୋଗାଇ ଦିଆଯାଇଛି । ଅଭିଜ୍ଞ ଡ଼ାକ୍ତରଙ୍କ ଦ୍ଵାରା ରକ୍ତଚାପ, ଅମ୍ଳଜାନ ସ୍ତର, ଏବଂ ଅନ୍ୟାନ୍ୟ ସାଧାରଣ ପରୀକ୍ଷା କରାଯାଇ ଆବଶ୍ୟକିୟ ଔଷଧ ଦିଆଯିବା ସହିତ ପ୍ରଦୀପ୍ତ କୁମାର ସାହୁ ଅଭିଜ୍ଞ ଯୋଗ ଶିକ୍ଷକଙ୍କ ଦ୍ୱାରା ବୃଦ୍ଧ ବୟସରେ ଶରୀର ଯତ୍ନ କିପରି ନେବେ ଏବଂ କିପରି ସୁସ୍ଥ ରହିପାରିବେ ସେ ସମ୍ପର୍କରେ ଆଲୋଚନା କରାଯାଇ କିଛି ସାଧାରଣ ଯୋଗ ଏବଂ ବ୍ୟାୟାମ ଶିକ୍ଷା ଦେବାପରେ ଆଣ୍ଠୁ ଗଣ୍ଠି ଯନ୍ତ୍ରଣା ପାଇଁ ଏକ ମାଲିସ ତୈଳ ମଧ୍ୟ ବଣ୍ଟନ କରାଯାଇଥିଲା। ସମସ୍ତ ହୋମିଓପ୍ୟାଥିକ ଔଷଧ ଅନୁଷ୍ଠାନର ସଦସ୍ୟ ଶ୍ରୀ ବିଜୟ କୁମାର ଦାସ ଯୋଗାଇ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରତିଷ୍ଠା ସଦସ୍ୟ ଶ୍ରୀ ରାମଚନ୍ଦ୍ର ସାହୁ, ନିକୁଲ୍ ର ନିର୍ଦ୍ଦେଶକ ଦିଲ୍ଲୀପ କୁମାର ସାହୁ, ଅଧ୍ୟାପକ ଅନିଲ କୁମାର ପୃଷ୍ଟି, ଗୀତିକାର ରଞ୍ଜନ କୁମାର ନାୟକ, ଶରତ ଚନ୍ଦ୍ର ବାରିକ, ବସନ୍ତ କୁମାର ପୃଷ୍ଟି, ସୁକାନ୍ତ କୁମାର ମହାନ୍ତି, ସନ୍ତୋଷ କୁମାର ଜେନା, ଗଣେଶ କୁମାର ଲେଙ୍କା ପ୍ରମୁଖ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!