Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଶିକ୍ଷକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
January 28, 2025
in Nayagarh, State
ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଶିକ୍ଷକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା
304
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାରେ ଯୋଗଦାନ କରିଥିବା ନୂତନ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କୁ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ କରାଯିବା ସହିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ,ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଏକ୍ସ-କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ପ୍ରତିନିଧି ମାନେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଯୋଗଦାନ କରିଥିବା ଶିକ୍ଷାଧିକାରୀଙ୍କୁ ଭେଟି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଜିଲ୍ଲା ପ୍ରାଥମିକ ସଂଘ ପକ୍ଷରୁ ଶିକ୍ଷକ ନେତା ଜ୍ୟୋତିରଞ୍ଜନ ଦାଶ, ଭକ୍ତ ରଞ୍ଜନ ମିଶ୍ର, ଶେଖ ଅବଦୁଲ ଖାଲିକ,ବିଭୁତି ଭୂଷଣ ସାହୁ,ସୁରେଶ ଚନ୍ଦ୍ର ସେଠି, ଲକ୍ଷ୍ମୀଧର ସାହୁ, ସଂଗ୍ରାମ କେଶରୀ ସାହୁ, ସଲିମ ଇବ୍ରାହିମ,ଉମେଶ ସ୍ୱାଇଁ, ରବୀନ୍ଦ୍ର ସାହୁ, ଭଗବାନ ପଣ୍ଡା ପ୍ରମୁଖ ନୂତନ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ୱାଗତ ଜଣାଇଥିଲେ।ସୂଚନାଯୋଗ୍ୟ ଯେ ଏଠାରେ ଜିଲ୍ଲା ଶିକ୍ଷାଧିକାରୀ ଭାବେ କାର୍ଯ୍ୟ କରୁଥିବା ରାଜଶ୍ରୀ ପଟ୍ଟନାୟକଙ୍କୁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗତ ୧୭ ତାରିଖ ଦିନ ବିଜ୍ଞପ୍ତି ନଂ ୧୪୪୪ ଅନୁସାରେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଯୁଗ୍ମ ନିର୍ଦ୍ଦେଶିକା ଭାବେ ବଦଳି କରିଥିଲେ। ସେହିପରି ଗଞ୍ଜାମ ଜିଲ୍ଲାରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଥିବା ଶ୍ରୀ ପାଣ୍ଡେ ନୟାଗଡ଼ ଜିଲ୍ଲା ଶିକ୍ଷାଧିକାରୀ ଭାବେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!