Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଶ୍ଚିମ ଓଡ଼ିଶା ବିକାଶ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ଦୁଇ ଗୁଣ କରାଯିବ : ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
February 15, 2021
in Feature News
କେନ୍ଦ୍ର ବଜେଟକୁ ନବୀନଙ୍କ ପ୍ରଶଂସା
120
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରି ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ଯୁବକଯୁବତୀମାନଙ୍କ ପାଇଁ ଯେପରି ରୋଜଗାରର ଅଧିକ ସୁଯୋଗ ସୃଷ୍ଟି ହେବ, ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ୧୯୯୯-୨୦୦୦ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ପରିମାଣ ବର୍ଷକୁ ୩ କୋଟି ଥିବାବେଳେ ଏବେ ତାହା ୧୦୦ କୋଟିକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ପରିମାଣ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ହେବ।ଏହାସହିତ ପଶ୍ଚିମ ଓଡିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ଟି ଜିଲ୍ଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପଶ୍ଚିମ ଓଡିଶାରେ କାର୍ଯ୍ୟକାରୀ ହେଉଥିବା ଅନେକ ଗୁଡିଏ ବୃହତ ପ୍ରକଳ୍ପକୁ ତ୍ବରାନ୍ବିତ କରି ଠିକ୍‌ ସମୟରେ ଶେଷ କରିବା ପାଇଁ ଡବ୍ଲୁଓଡିସି ପଦକ୍ଷେପ ନେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । ବିଜୁ ଏକ୍‌ସପ୍ରେସ ୱେ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଆଦି ବୃହତ ଭିତ୍ତିଭୂମି ପ୍ରକଳ୍ପ ଦ୍ବାରା ପଶ୍ଚିମ ଓଡିଶାର ବିକାଶରେ କାୟାକଳ୍ପ ହୋଇପାରିବ ବୋଲି ଆଶା କରାଯାଉଛି । ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ଯୋଗ ଦେଇ ପରିଷଦର କାର୍ଯ୍ୟକ୍ରମ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା ରଖିଥିଲେ। ଉପସ୍ଥାପନାରୁ ଜଣାଯାଇଛି ଯେ ବିଗତ ଦିନମାନଙ୍କରେ ଡବ୍ଲୁଓଡିସି ପକ୍ଷରୁ ସଡକ ନିର୍ମାଣ, ଶିକ୍ଷା ଭିତ୍ତିଭୂମି ଓ ଜଳସେଚନ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରାଯାଇଛି । ଆଗାମୀ ଦିନରେ ପରିପରିବା, ଡାଲି ଜାତୀୟ ଫସଲ ଓ ତୈଳବିଜ, ଫୁଲଚାଷ ଆଦି ଉଦ୍ୟାନ କୃଷିଭିତ୍ତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ପ୍ରଦାନ, ବିଭିନ୍ନ କ୍ଷେତ୍ରରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆଦି କ୍ଷେତ୍ରରେ ପଶ୍ଚିମ ଓଡିଶା ଅଞ୍ଚଳରେ ବହୁତ ସମ୍ଭାବନା ରହିଛି ବୋଲି ସୂଚନା ଦିଆଯାଇଥିଲା । ପଶ୍ଚିମ ଓଡିଶା ଜିଲ୍ଲାଗୁଡିକରେ ସର୍ବାଧିକ ଅର୍ଥନୈତିକ ସମ୍ଭାବନା ଥିବା କ୍ଷେତ୍ରରେ ଆବଶ୍ୟକ ଭିତ୍ତିଭୂମି ସୁବିଧା ସୃଷ୍ଟି କରିବା (Fill the Critical Supply Chain Gaps) କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ସମ୍ବଲପୁର, ବରଗଡ ଓ ସୋନପୁରରେ ଧାନ ଓ ଧାନରୁ ଉତ୍ପାଦିତ ପଦାର୍ଥର ବିନିଯୋଗ ପାଇଁ ଭିତ୍ତିଭୂମି, ବଲାଙ୍ଗୀରେ କୁକୁଡା ଓ ଅଣ୍ଡାଚାଷ ପାଇଁ ଭିତ୍ତିଭୂମି, କଳାହାଣ୍ଡିରେ ମାଛଚାଷ, ବୌଦ ଓ ସୋନପୁରରେ ଗୋପାଳନ ଓ ଦୁଗ୍‌ଧ ଉତ୍ପାଦନ ଏବଂ ହସ୍ତତନ୍ତ କ୍ଲଷ୍ଟରର ବିକାଶ ପାଇଁ ବହୁତ ସୁଯୋଗ ରହିଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା । ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର ଆର୍‌. କେ. ଶର୍ମା, ଅର୍ଥ ବିଭାଗର ପ୍ରମୁଖ ସଚିବ  ଅଶୋକ କୁମାର ମୀନା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!