ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ନୋତର ଠାରେ ବିଦ୍ୟାଳୟର ଦଶମ ଏବଂ ଦ୍ଵାଦଶ ଶ୍ରେଣୀର ଛାତ୍ରଛତ୍ରୀମାନଙ୍କ ବିଦାୟ କାଳୀନ ସଭା ସହ ଅନୁଷ୍ଠାନର ଅଷ୍ଟମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ନୟାଗଡ଼ ଜିଲ୍ଲାର ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଇଁ. ଦେବାଶିଷ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ଉତ୍ତମ ଶିକ୍ଷାର ମୂଲ୍ୟବୋଧ କରାଇଥିଲେ । ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ନାୟକ ମଞ୍ଚ ପରିଚାଳନା ସହ ବାର୍ଷିକ ନିବରଣି ପାଠ କରିଥିଲେ ଏବଂ ବିଭିନ୍ନ ସଫଳତା ଓ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ।

ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ରଙ୍ଗାରଙ୍ଗ କାର୍ଯକ୍ରମକୁ ଧୂମଧମ୍ ରେ ପାଳନ କରାଯାଇଥିଲା। ସର୍ବଶେଷରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ସମସ୍ତ ଶ୍ରେଣୀର ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିବା ସହ ଜାତୀୟ ସ୍ତରର ବିଜ୍ଞାନ ମେଳାରେ ପ୍ରତିଯୋଗିତା କରିଥିବା ଭବେଶ ତ୍ରିପାଠୀ ଏବଂ ସମଗ୍ର ବର୍ଷର ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ, ଅଭିଭାବକ, ସାମ୍ବାଦିକ ଏବଂ ଛାତ୍ରଛତ୍ରୀମାନଙ୍କ ପୂର୍ଣ୍ଣ ସହଯୋଗରେ ଉତ୍ସବଟି ସାଫଲ୍ୟ ମଣ୍ଡିତ ହୋଇଅଛି।





