Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାହାଘରକୁ ଯିବା ହେଲା କାଳ

by ସଞ୍ଜୟ ସ୍ୱାଇଁ
February 16, 2021
in Feature News
ବାହାଘରକୁ ଯିବା ହେଲା କାଳ
357
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ବାହାଘର ଭୋଜିରେ ଯୋଗ ଦେବା ପାଇଁ ଏକ ୪୦୭ ଗାଡିରେ କିଛି ଲୋକ ଯାଉଥିବା ବେଳେ ଗାଡିଟି ଆର.ଉଦୟଗିରି ଥାନା ନିକଟସ୍ଥ କଙ୍କଡାଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିବାରୁ ବହୁ ଧନ ଜୀବନ ନଷ୍ଟ ହୋଇଛି । ସୂଚନା ପ୍ରକାରେ ନୂଆଁଗଡ଼ ବ୍ଲକର ତୁମନ ଗ୍ରାମରେ ଏକ ବାହାଘର ଭୋଜି ନେଇ ଜାମଡିହ ଗ୍ରାମରୁ ତୁମନ ଗ୍ରାମକୁ ୪୦୭ ଗାଡିଟି ଯାଉଥିବା ବେଳେ ଉକ୍ତ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡିଥିଲା । ଉକ୍ତ ଡାଲା ଗାଡିଟି ଓଲଟି ପଡ଼ିବାରୁ ଗାଡି ପଛପଟେ ବସିଥିବା ଯାତ୍ରୀମାନେ ଗାଡିତଳେ ଚାପିହୋଇ ରହିଥିଲେ । ଖବର ପାଇ ସ୍ଥାନୀୟ ଲୋକ , ଅଗ୍ନିଶମ ବାହିନୀ ଓ ପୁଲିସ ପ୍ରଶାସନର ଉଦ୍ୟମରେ ଗାଡିରେ ଫସି ରହିଥିବା ଯାତ୍ରୀମାନଙ୍କୁ ବାହାର କରିବା ସହ ସେମାନଙ୍କୁ ରା.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୩ ଜଣ ଗୁରୁତର ଥିବା ଜଣାପଡିଛି । ମୃତକ ମାନେ ହେଲେ ଯାମଡିହ ଗ୍ରାମର ଯନ୍ତ ଦଳବେହେରା  ଓ ଗାୟତ୍ରୀ ରଇତ । ଗୁରୁତର ମାନଙ୍କ ମଧ୍ୟରୁ ତିନିରୁ ଚାରି ବର୍ଷର ଏକ ଶିଶୁ ରହିଥିବା ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!