Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
January 31, 2025
in Nayagarh, State
ସ୍ପର୍ଶ  କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
99
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): କୁଷ୍ଠ ମୁକ୍ତ ଭାରତ ଗଠନ କରିବାର ପ୍ରତିବଦ୍ଧତା ସହ ଆରମ୍ଭ ହୋଇଛି ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନ। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ ତଥା ଜାନୁୟାରୀ ୩୦ରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ ଫେବୃଆରୀ ୧୩ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି କ୍ରମରେ ଶୁକ୍ରବାର ଦିନ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ତୁମାଣ୍ଡି ଠାରେ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ପ୍ରଧାନଶିକ୍ଷକ ବିଷ୍ଣୁ ନାରାୟଣ ଷଡଙ୍ଗୀଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସରପଞ୍ଚ ମୀତାରାଣୀ ମାଝୀ ମୁଖ୍ଯ ଅତିଥି ରୂପେ ଯୋଗଦେଇ ଉଦଘାଟନ କରିଥିଲେ। ସମିତି ସଭ୍ଯା ଅନୁପମା ମଲ୍ଲିକ, ୟୁଜିଏମଇ ସ୍କୁଲ ପ୍ରଧାନଶିକ୍ଷକ ଅଜୟ କୁମାର ନାୟକ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗଦେଇଥିଲେ। ମଧ୍ୟଖଣ୍ଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରଫୁଲ୍ଲ କୁମାର ପଣ୍ଡା, ବିଏନଏଲଡବ୍ଲ୍ୟୁ ବିଭୁତିଭୂଷଣ ସାହୁ, ସ୍ୱାସ୍ଥ୍ୟକର୍ମୀ ସୁରସେନ ସାହୁ ଓ ସୁଭଶ୍ରୀ ସାହୁ ପ୍ରମୁଖ ଯୋଗଦେଇ କୁଷ୍ଠ ରୋଗର କାରଣ, ନିରାକରଣ, ସରକାରଙ୍କ ବହୁବିଧ ପଦକ୍ଷେପ ସମ୍ପର୍କରେ ସଚେତନ କରିଥିଲେ। ଇତ୍ଯବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସଚେତନତାମୂଳକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ପୁରସ୍କାର ବିତରଣ କରାଯାଇଥିଲା। ଏଥିସହିତ ଫାଇଲେରିଆ ସଚେତନତା କାର୍ଯ୍ୟକ୍ରମ ମଧ୍ଯ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ/ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!