Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର୍ଯ୍ୟ କ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯ୍ୟାତନା ସମ୍ବନ୍ଧରେ ସଚେତନତା ଶିବିର

by ସଞ୍ଜୟ ସ୍ୱାଇଁ
January 31, 2025
in Nayagarh, State
କାର୍ଯ୍ୟ କ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯ୍ୟାତନା ସମ୍ବନ୍ଧରେ ସଚେତନତା ଶିବିର
152
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ୱାବଧନାରେ ଜିଲା କୋର୍ଟ ପରିସରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯ୍ୟାତନା ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲା ଅତିରିକ୍ତ ଦୌରାଜଜ ତଥା ପୋସ୍କୋ ବିଚାରପତି ମାନସ କୁମାର ପଣ୍ଡା ଯୋଗଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ କହିଲେ ଯେ କାର୍ଯ୍ୟକ୍ଷେତ୍ରରେ ମହିଳା ଯୌନ ନିର୍ଯାତନା ଆଇନ୍ ୨୦୧୩ ଅନୁସାରେ ଶରୀରିକ ସଂସ୍ପର୍ଶ ଏବଂ ଅଗ୍ରଗତି, ଯୌନ ଇଛା ସମ୍ପାଦିତ ପାଇଁ ଦାବି କରିବା, ଅନୁରୋଧ କିମ୍ବା ଯୌନ ସମ୍ପର୍କିତ ମନ୍ତବ୍ୟ କିମ୍ବା ଅଶ୍ଳିଳ ଚିତ୍ର ପ୍ରଦର୍ଶନ କିମ୍ବା ଅନ୍ୟ କୌଣସି ଅଶୋଭନୀୟ ଶାରୀରିକ, ମୌଖିକ କିମ୍ବା ଭାବଭଙ୍ଗୀ ଦ୍ୱାରା ଯୌନ ସମ୍ପର୍କିତ କାର୍ଯ୍ୟ ସମ୍ପାଦନ କରିବାକୁ ବୁଝାଏ ।

ଏହି ଅଧିନିୟମ ଯେଉଁ ମହିଳାମାନେ କର୍ମକ୍ଷେତ୍ରରେ ନିୟୋଜିତ ଅଛନ୍ତି, ଯେଉଁ ମହିଳାମାନେ ଗ୍ରାହକ, ଶିକ୍ଷାର୍ଥୀ, ଦିନମଜୁରିଆ ଭାବେ କାର୍ଯ୍ୟକରନ୍ତି ଏମାନଙ୍କୁ ସୁରକ୍ଷା ଦିଏ । ଉତ୍ପୀଡ଼ିତା ମହିଳା ଲିଖିତ ସମ୍ମତିପତ୍ର ସହ ଅଭିଯୋଗ କରିପାରିବେ । ଉତ୍ପୀଡ଼ିତା ମହଳାଙ୍କ ସମ୍ପର୍କୀୟ ସାଙ୍ଗସାଥୀ କିମ୍ବା ସହକର୍ମୀ ଜାତୀୟ/ରାଜ୍ୟ ମହିଳା ଅଧିକାରୀ ଘଟଣା ବିଷୟରେ ଅବଗତ ଥିବା ଯେକୌଣସି ବ୍ୟକ୍ତିବିଶେଷ ଅଭିଯୋଗ କରିପାରିବେ । ମାନସିକ ବିକାରଗ୍ରସ୍ତ ମହିଳାଙ୍କ କ୍ଷେତ୍ରରେ ବିଶେଷ ଶିକ୍ଷାବିତ୍ ଯୋଗ୍ୟ ମନସ୍ତତ୍ୱବିତ୍ ମହିଳାଙ୍କ ମୃତ୍ୟୁ ମାମଲାରେ ତାଙ୍କର ଆଇନଗତ ଉତରାଧିକାରୀ ଅଭିଯୋଗ କରିପାରିବେ ବୋଲି ବକ୍ତବ୍ୟ ରଖିଥିଲେ ।

ଅନ୍ୟତମ ଅତିଥ୍ô ଭାବେ ସୁବ୍ରତ କୁମାର ପଟ୍ଟନାୟକ ପରିବାର କୋର୍ଟ, ସତ୍ୟବ୍ରତ ରଣା ସିନିୟର ସିଭିଲ୍ ଜଜ୍, ରବିନାରାୟଣ ବେହେରା, ସିନିୟର ସିଭିଲ୍ ଜଜ୍ (ଏଲ୍‌ଆର୍ ଆଣ୍ଡ ଏଲ୍‌ଟିଭି) ସୋନାଲି ସରୀତା ରେଜିଷ୍ଟ୍ରାର୍, ସ୍ୱୟଂପ୍ରଭା ଆଚର୍ଯ୍ୟ ମହିଳା କୋର୍ଟ,ସମାପିକା ସମଦର୍ଶିନୀ ଏସ୍‌ଡିଜେଏମ୍ ପ୍ରମୁଖ ଯୋଗ ଦେଇଥିଲେ । ଉକ୍ତ ଶିବିରକୁ ସଫଳ କରିବାରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ସୋନାଲିକା ପଟ୍ଟନାୟକ, ପ୍ରମୋଦ କୁମାର ମହାନ୍ତି ଏବଂ ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା, ଗଦାଧର ବିଶ୍ୱାଳ, ପ୍ରଶାନ୍ତ କୁମାର ସାହୁ, ରାଜେଶ ବାରିକ ପ୍ରମୁଖ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!