Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୃତ ଦେହ ଧରି ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ପୁଅ, ଭିଣୋଇ ଓ ଆମ୍ବୁଲାନ୍ସ ଡ୍ରାଇଭର ଜୀବନ

by ସଞ୍ଜୟ ସ୍ୱାଇଁ
February 1, 2025
in Accident, State
ମୃତ ଦେହ ଧରି ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ପୁଅ, ଭିଣୋଇ ଓ ଆମ୍ବୁଲାନ୍ସ ଡ୍ରାଇଭର ଜୀବନ
122
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ୧୬ ନମ୍ୱର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମୃତକଙ୍କୁ ନେଇ ଫେରିବା ବେଳେ ୩ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଦିବାକର ଜେନାଙ୍କୁ ଆଣି ଆସୁଥିବା ବେଳେ ତାଙ୍କ ପୁଅ ପୁଅ ସଞ୍ଜୟ ଜେନା , ଭିଣୋଇ ସୁଧାଂଶୁ ଦଳାଇ ଓ ଆମ୍ବୁଲାନ୍ସ ଡ୍ରାଇଭର ଦିଲ୍ଲୀପ ସିଂ ଏହି ଦୁର୍ଘଟଣାରେ ଜୀବନ ହାରିଛନ୍ତି । ଦିବାକର ଜେନାଙ୍କ ସ୍ତ୍ରୀ ସାବିତ୍ରୀ ଜେନା ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ମଇତାପୁର ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଭୋଗରାଇ ଥାନା ଅଧୀନ ପଲାସିଆ ଗାଁର ଦିବାକର ଜେନାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦିବାକରଙ୍କ ମୃତ୍ୟୁ ହୋଇଥିଲା । ପରେ ତାଙ୍କ ମୃତଦେହକୁ ଏକ ଆମ୍ବୁଲାନ୍ସ ଯୋଗେ ଭୋଗରାଇ ଅଣାଯାଇଥିଲା । ରାସ୍ତାରେ ମଇତାପୁର ନିକଟରେ ଆମ୍ବୁଲାନ୍ସଟି ଏକ ଡମ୍ପରକୁ ପଛରୁ ଧକ୍କା ଦେଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଆମ୍ୱୁଲାନ୍ସରୁ ସମସ୍ତଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରି ଏହି ଘଟଣା ସମ୍ପର୍କରେ ପୋଲିସକୁ ଅବଗତ କରାଇଥିଲେ । ଭଦ୍ରକ ମେଡିକାଲରେ ମୃତ ଦିବାକରଙ୍କ ପୁଅ ସଞ୍ଜୟ ଜେନା, ଭିଣୋଇ ସୁଧାଂଶୁ ଦଳାଇ ଓ ଆମ୍ବୁଲାନ୍ସ ଡ୍ରାଇଭର ଦିଲ୍ଲୀପ ସିଂଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଦିବାକରଙ୍କ ସ୍ତ୍ରୀ ସାବିତ୍ରୀ ଜେନା ଗୁରୁତର ଭାବେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ଏମେଇ ଖବର ପାଇବା ପରେ ମେଡିକାଲରେ ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ ପହଞ୍ଚି ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି । ସେପଟେ ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!