Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନରସିଂହପୁର କ୍ଲଷ୍ଟରରେ ନିପୁଣ ଓଡିଶା ମେଳା

by ସଞ୍ଜୟ ସ୍ୱାଇଁ
February 4, 2025
in Nayagarh, State
ନରସିଂହପୁର କ୍ଲଷ୍ଟରରେ ନିପୁଣ ଓଡିଶା ମେଳା
126
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ରଣପୁର ବିଜ୍ଞାପିତ ପରିଷଦ ଅନ୍ତର୍ଗତ ମଙ୍ଗରାଜପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନରସିଂହପୁର କ୍ଲଷ୍ଟରର ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ କ୍ଲଷ୍ଟରର ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ପରିଚାଳିତ ହୋଇଥିଲା | ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ମୁଖ୍ୟ ବକ୍ତା ଭାବେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଆଇନୀଜୀବୀ ଦିଲ୍ଲୀପ କୁମାର ନନ୍ଦ, ବରିଷ୍ଠ ସାମ୍ବାଦିକ ବିଶ୍ୱ ରଞ୍ଜନ ଆଚାର୍ଯ୍ୟ, ଆଇନୀଜୀବୀ ଶିଶିର କୁମାର ଦାଶ, ବିଦ୍ୟାଳୟ ସଭାପତି ପ୍ରକାଶ ମହାନ୍ତି, ମଙ୍ଗରାଜପୁର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା ଦେଇ, ପ୍ରଶାନ୍ତ କୁମାର ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ |

ଶିକ୍ଷକ ଅଜୟ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଭ୍ରମରବର ତାଡ଼ ଶ୍ଳୋକ ପାଠ କରିଥିଲେ | ଅତିଥିମାନେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଧୂପ, ଦୀପ, ପୁଷ୍ପମାଲ୍ୟାର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ | ଛାତ୍ରଛାତ୍ରୀମାନେ ଚନ୍ଦନ, ପୁଷ୍ପ ଓ ଉତ୍ତରୀୟ ପ୍ରଦାନ କରି ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ | ଶିକ୍ଷକ ଭାଗବତ ଜେନା ପିଲାମାନଙ୍କୁ ବିଭିନ୍ନ ଗପ ଗୀତ ମାଧ୍ୟ୍ୟମରେ ଜୀବନରେ ଶିକ୍ଷାର ଗୁରୁତ୍ୱକୁ ବୁଝାଇ ଥିଲେ | ଏହି ନିପୁଣ ମେଳାରେ କ୍ଲଷ୍ଟରର ୮ଟି ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ଅଂଶ ଗ୍ରହଣ କରିଥିଲେ |

ଏହି ମେଳାରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀରେ ସାମନ୍ତରାୟ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ପ୍ରଥମ ସ୍ଥାନ, ହଂସରା ପ୍ରାଥମିକ ବିଦ୍ୟାଳୟ ଦ୍ଵିତୀୟ ସ୍ଥାନ ଓ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରଥିବା ଜଣା ପଡିଛି |ସମସ୍ତ ପିଲାଙ୍କୁ ପେନ, ପେନସିଲ, ରବର, କଟର, ଖାତା ଆଦି ପୁରସ୍କାର ପ୍ରଦାନ କରାଯାଇଥିଲା | ଶିକ୍ଷୟତ୍ରୀ କବିତା ଜେନା ଧନ୍ୟବାଦ ଅର୍ପଣ କରିଥିଲେ | କାର୍ଯ୍ୟକ୍ରମ ପରିଚାଳନାରେ କ୍ଲଷ୍ଟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସମେତ ମଙ୍ଗରାଜପୁର ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଓ ସମସ୍ତ ସଦସ୍ୟସଦସ୍ୟା ଉପସ୍ଥିତ ରହି ସହଯୋଗ କରିଥିଲେ |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!