ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜନଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୁଶାନ୍ତ କୁମାର ଦାଶ, ଏବିଡିଓ ସାରଦା ପ୍ରସନ୍ନ ମହାନ୍ତି ପ୍ରମୂଖ ଉପସ୍ଥିତ ରହିଥିଲେ । ଆଜିର ଶିବିରକୁ ମୋଟ ୮୫ଟି ଅଭିଯୋଗ ଆସିଥିବା ବେଳେ ତାହା ମଧ୍ୟରୁ ୭୭ଟି ବ୍ୟକ୍ତିଗତ, ୫ଟି ଗ୍ରାମ୍ୟ ସମସ୍ୟା ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଜଣଙ୍କୁ ସହାୟତା ପ୍ରଦାନ କରାଯାଇଛି । ୯ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ସୂଚନା ମିଳିଛି । ଭତ୍ତା ସମସ୍ୟା ନେଇ ଅନେକ ଅଭିଯୋଗ ଆସିଥିବା ଜଣାପଡ଼ିଛି ।





