ନୟାଗଡ଼, (ବାଘୁଆବାର୍ତ୍ତା): ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ୍ ପ୍ରତିଷ୍ଠାନ ନୟାଗଡ଼ ଆନୁକୁଲ୍ୟରେ ୨୦୨୪-୨୫ ଆର୍ଥୀକ ବର୍ଷର ତୃତୀୟ ତ୍ରୟୋମାସିକ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ନିର୍ଦ୍ଦେଶକ ଅଜିତ୍ କୁମାର ମହାନ୍ତିଙ୍କ ଦ୍ୱାରା ଅନୁଷ୍ଠିତ ହୋଇ ଯାଇଅଛି । ଉକ୍ତ ସଭାରେ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ସୁଚନା ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଏବଂ ଜିଲ୍ଲାର ସମସ୍ତ ବିଭାଗୀୟ ମୁଖ୍ୟ ଅଧିକାରୀ ମାନେ ଯୋଗଦାନ କରି ଜଝଋଞଓ ର ସୁପରିଚାଳନା ନିମନ୍ତେ ସେମାନଙ୍କର ମନ୍ତବ୍ୟ ପ୍ରଦାନ କରିଥିଲେ ।





