ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ରାମ ଚନ୍ଦ୍ର ମର୍ଦ୍ଧରାଜ ବିଜ୍ଞାନ ମହାବିଦ୍ୟାଳୟରେ ବୁଲିଲା ଛୁରୀ । ଜଣେ ଯୁକ୍ତ ୩ କଲେଜ ଛାତ୍ର ଙ୍କ ଛୁରାମାଡ଼ରେ ୨ ଛାତ୍ର ଗୁରୁତର । ଉଭୟଙ୍କୁ ଖଲ୍ଲିକୋଟ ମେଡିକାଲ ରେ ଭର୍ତ୍ତି କରାଯାଇଥିବା ବେଳେ ଜଣଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି।





