Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ପ୍ରସବ ଘଟଣା, ଅଭିଯୁକ୍ତକୁ ଗିରଫ

by ସଞ୍ଜୟ ସ୍ୱାଇଁ
February 15, 2025
in Crime, State
ନାବାଳିକା ପ୍ରସବ ଘଟଣା, ଅଭିଯୁକ୍ତକୁ ଗିରଫ
119
VIEWS
Share on FacebookShare on Twitter

ଦାରିଙ୍ଗବାଡି, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ନାବାଳିକା ପ୍ରସବ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ନାବାଳିକା ଝିଅ ସହିତ ସମ୍ପର୍କ ରଖିଥିବା ଯୁବକଙ୍କୁ ପୋଲିସ ଗିରଫ କରିଛି । ଶୁକ୍ରବାର ଅଭିଯୁକ୍ତକୁ ଦାରିଙ୍ଗବାଡ଼ି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଯୁବକ ହେଲେ ସିରିପାକାଲି ଗାଁର ଦୁଷ୍ମନ୍ତ ପ୍ରଧାନ । ସେ ନାବାଳିକଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ନେଇ ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି । ସୂଚନା ଅନୁସାରେ, ବୁଧବାର ସକାଳେ ନାବାଳିକା ଜଣଙ୍କ ଅସୁସ୍ଥ ହୋଇପଡ଼ିଥିଲେ । ପରିବାର ଲୋକ ତାଙ୍କୁ ତୁରନ୍ତ ଦାରିଙ୍ଗବାଡ଼ି ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ନାବାଳିକା ଲୋକଲଜ୍ଜ୍ୟକୁ ଏଡ଼ାଇବା ପାଇଁ ମେଡିକାଲ ଶୌଚାଳୟ ଭିତରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇ ଫିଙ୍ଗି ଦେଇଥିଲେ । ପରେ ନାବାଳିକାଙ୍କ ମା’ ଏନେଇ ହସ୍ପିଟାଲ କର୍ମଚାରୀଙ୍କୁ ସୂଚନା ଦେଇଥିଲେ । ତେବେ ମେଡିକାଲ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଅଗ୍ନିଶମ ବାହିନୀ ମୃତ ଶିଶୁକୁ ଉଦ୍ଧାର କରିଥିଲେ । ଅନ୍ୟପଟେ ନାବାଳିକା ଝିଅ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏପଟେ ପୋଲିସ ଏହି ମାମଲାକେ ତଦନ୍ତ କରି ଅଭଯୁକ୍ତ ଦୁଷ୍ମନ୍ତ ପ୍ରଧାନକୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!