Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ୍‌ ଗଲେ କୋଟିପତି ADEO

by ସଞ୍ଜୟ ସ୍ୱାଇଁ
February 15, 2025
in Crime, State
ଜେଲ୍‌ ଗଲେ କୋଟିପତି ADEO
147
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶେଷରେ ଜେଲ୍‌ ଗଲେ କୋଟପାଡର କୋଟିପତି ADEO ଏସ୍‌ ପାର୍ଥ ସାରଥୀ ବିଶୋୟୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଚଢାଉ କରିଥିଲା ଭିଜିଲାନ୍ସ । ଏହି ମାମଲାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିଥିଲା । ତାଙ୍କ ପାଖରୁ ୩ଟି କୋଠା, ୭୩ ଲକ୍ଷ ୮୭ ହଜାର ଟଙ୍କା ମୂଲ୍ୟର ୧୬ଟି ପ୍ଲଟ୍‌, ବୋରିଗୁମ୍ମା ଚମ୍ପିଆରେ ୮୫୦୦ ବର୍ଗଫୁଟର କାଜୁ ପ୍ରୋସେସିଂ ୟୁନିଟ ସହ ୨୮୫ ଗ୍ରାମ୍ ସୁନା, ୭୦୬ ଗ୍ରାମ ରୂପା ଅଳଙ୍କାର, ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ସହ ୨ଟି କଂକ୍ରିଟ ମିକ୍ସଚର ମେସିନ, ୨ଟି ଧାନକଟା ମେସିନ୍, ୩ଟି ଟ୍ରାକ୍ଟର, ଗୋଟିଏ ପାଣି ଟ୍ୟାଙ୍କର, ଗୋଟିଏ ବୋଲେରୋ ୩ଟି ଦୁଇ ଚକିଆ ଯାନ, ୧୯ ଲକ୍ଷ ଟଙ୍କାର ବୀମା, ବ୍ୟାଙ୍କ ଜମା ଜବତ ହୋଇଥିବା ନେଇ ଏସପି କହିଛନ୍ତି । ଏସବୁ ସମ୍ପତ୍ତି ହିସାବ କଲେ ତାଙ୍କର ଆୟର ୩୦୦ ଗୁଣା ଅଧିକ ହେଉଛି । ଏ ସବୁ ସମ୍ପତ୍ତି ସେ କେଉଁଠାରୁ ଆଣିଛନ୍ତି, ଏହାର ସନ୍ତୋଷଜନକ ଉତ୍ତର ସେ ଦେଇ ନପାରିବାରୁ ତାଙ୍କୁ ଗିରଫ କରାଯାଇଥିଲା । କହିରଖୁ କି, ଗୁରୁବାର ସକାଳୁ କୋଟପାଡ ବ୍ଳକ ବତାସନା ଜି.ପି. ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର ଏସ୍‌ ପାର୍ଥ ସାରଥୀ ବିଶୋୟୀଙ୍କ ଘରେ ପଶି ଚଢାଉ କରିଥିଲା ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଥିଲା । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରିଥିଲା ଜୟପୁର ଭିଜିଲାନ୍ସ ଟିମ୍ । ଏନେଇ ମାନ୍ୟବର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ସର୍ଚ୍ଚ ୱାରେଣ୍ଟ ଜାରି ହେବା ପରେ ୨ ଜଣ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି, ୬ ଜଣ ଇନସ୍ପେକ୍ଟର, ୬ ଜଣ ଏଏସ୍‌ଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!