Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭକ୍ତି ସଙ୍ଗୀତ ଗ୍ରାଣ୍ଡ ଫାଇନାଲ, ବିଷ୍ନୁପ୍ରିୟା ହେଲେ ନୟାଗଡ଼ ‘ସଙ୍ଗୀତ କଲ୍ଲୋଳ’

by ସଞ୍ଜୟ ସ୍ୱାଇଁ
February 16, 2025
in Nayagarh, State
ଭକ୍ତି ସଙ୍ଗୀତ ଗ୍ରାଣ୍ଡ ଫାଇନାଲ, ବିଷ୍ନୁପ୍ରିୟା ହେଲେ ନୟାଗଡ଼ ‘ସଙ୍ଗୀତ କଲ୍ଲୋଳ’
135
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ସ୍ଥାନୀୟ ବୁଦ୍ଧ ମଣ୍ଡପ ଠାରେ ଆଜି ଆୟୋଜିତ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲରେ ନୟାଗଡ଼ ବ୍ଲକର ବିଷ୍ନୁପ୍ରିୟା ବେହେରା ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧିରେ ଭୂଷିତ ହୋଇଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ଭାପୁର ବ୍ଲକର ଓମ ପ୍ରକାଶ ମହାରଣା ଏବଂ ତୃତୀୟ ସ୍ଥାନରେ ନୟାଗଡ଼ ବ୍ଲକର ଶୁଚିସ୍ମିତା ଦୋରା ବିଜୟୀ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ୮ଟି ବ୍ଲକରେ ଅନୁଷ୍ଠିତ ହୋଇଥିବା ବ୍ଲକସ୍ତରୀୟ ପ୍ରତିଯୋଗିତାରୁ ଶ୍ରେଷ୍ଠ ୧୩ ଜଣ ପ୍ରତିଯୋଗୀ ଫାଇନାଲ ପର୍ଯ୍ୟାୟକୁ ମନୋନୀତ ହୋଇଥିଲେ। ତିନି ପର୍ଯ୍ୟାୟରେ ଅନୁଷ୍ଠିତ ଏହି ଗ୍ରାଣ୍ଡ ଫାଇନାଲରେ ବିଚାରକ ଭାବେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ନମିତାରାଣୀ ଦାଶ,କଣ୍ଠଶିଳ୍ପୀ ରଶ୍ମିତା ଦାଶ ଏବଂ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଶୋକ ସାହୁ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ ୩ ଜଣ ବିଜେତାଙ୍କୁ ବାଛିଥିଲେ।

ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ସୁର ଗନ୍ଧର୍ବ ନବକିଶୋର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ବିଷ୍ନୁପ୍ରିୟାଙ୍କୁ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧି ସହିତ ମାନପତ୍ର, ଟ୍ରଫି ଏବଂ ନଗଦ ୧୧ ହଜାର ଟଙ୍କା ଅର୍ଥ ରାଶି ପ୍ରଦାନ କରିଥିଲେ। ସେହିପରି ଦ୍ୱିତୀୟ ସ୍ଥାନରେ ଥିବା ଓମ ପ୍ରକାଶଙ୍କୁ ୫ ହଜାର ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ଶୁଚିସ୍ମିତାଙ୍କୁ ୩ ହଜାର ଟଙ୍କା ଅର୍ଥ ରାଶି ସହିତ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରିଥିଲେ। ଏଥି ସହିତ ଚୂଡ଼ାନ୍ତ ପର୍ଯ୍ୟାୟରେ ଯୋଗଦାନ କରିଥିବା ବିଚାରକ ମାନଙ୍କୁ ଉପଢୌକନ ଏବଂ ମାନପତ୍ର ଦେଇ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିବା ବେଳେ ବ୍ଲକ ପର୍ଯ୍ୟାୟରେ ଅନୁଷ୍ଠିତ ପ୍ରତିଯୋଗିତାର ବିଚାରକ ମାନଙ୍କୁ ମଧ୍ୟ ଅନୁରୂପ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମକୁ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ, ଗୋପୀନାଥ ସେଠୀ ଏବଂ ଜୟଶ୍ରୀ ଦେବୀ ସଂଯୋଜନା କରିଥିବା ବେଳେ ଅନୁଷ୍ଠାନର ସଭାପତି ନାଟ୍ୟଭୂଷଣ ଡ.ବିଜୟ କୁମାର ଚୌଧୁରୀ,ମୁଖ୍ୟ ପୃଷ୍ଠପୋଷକ ସମାଜସେବୀ ପ୍ରମୋଦ ପଟ୍ଟନାୟକ,ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ,ସଂଯୋଜକ ଲକ୍ଷ୍ମୀଧର ସାହୁ,ଗୁରୁ ପ୍ରଭାତ କୁମାର ଦାଶ ,ଅଶୋକ ମଲ୍ଲ, ଡ.ଆଶୁତୋଷ ମିଶ୍ର, ପ୍ରଶାନ୍ତ ପଟ୍ଟନାୟକ, ପ୍ରଦୀପ ସାହୁ, ରବୀନ୍ଦ୍ର କୁମାର ସାହୁ, ରଞ୍ଜନ ରଶ୍ମି ଜେନା ପ୍ରମୁଖ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!