Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁରକ୍ଷାକର୍ମୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
February 17, 2025
in Crime, State
ସୁରକ୍ଷାକର୍ମୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର
93
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ଆନନ୍ଦପୁର ବ୍ୟାରେଜ ନିକଟସ୍ଥ ଗ୍ରାମ୍ୟ ଜଳ ଯୋଗାଣ କାର୍ଯାଳୟ ଗେଟ୍ ସମ୍ମୁଖରୁ ସୁରକ୍ଷାକର୍ମୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତକ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସୁରକ୍ଷାକର୍ମୀ ସୁକଦେବ ସାହୁ ଏବଂ ସେ ପଦ୍ମପୁର ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି । ତାଙ୍କ ହତ୍ୟା ହୋଇଥିବା ସନ୍ଦେହ କରାଯାଉଥିବା ବେଳେ ପୋଲିସ ତାଙ୍କର ଜଣେ ସହକର୍ମୀଙ୍କୁ ଅଟକ ରଖି ପଚରାଉଚରା କରୁଛି । କେନ୍ଦୁଝର ଜିଲ୍ଲା ଆନ୍ଦପୁର ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଆନନ୍ଦପୁର ବ୍ୟାରେଜ ନିକଟସ୍ଥ ଗ୍ରାମ୍ୟ ଜଳ ଯୋଗାଣ କାର୍ଯାଳୟ ଗେଟ୍ ସମ୍ମୁଖରେ ସୁରକ୍ଷାକର୍ମୀ ଶୁକଦେବ ସାହୁଙ୍କ କ୍ଷତାକ୍ତ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସୁରକ୍ଷାକର୍ମୀଙ୍କ କ୍ଷତାକ୍ତ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟା ବୋଲି ସନ୍ଦେହ କରାଯାଉଛି । ସେପଟେ ସନ୍ଦେହରେ ଶୁକଦେବଙ୍କ ଜଣେ ସହକର୍ମୀଙ୍କୁ ଅଟକ ରଖି ପୋଲିସର ପଚରାଉଚୁରା କରୁଛି । ସେ ଆଜି ସକାଳେ ଶୁକଦେବଙ୍କ ପାଇଁ ଆଟେଣ୍ଡାନ୍ସ ରେଜିଷ୍ଟରରେ ଦସ୍ତଖତ କରିଥିଲେ । ସେଥିପାଇଁ ପୋଲିସ ସନ୍ଦେହରେ ତାଙ୍କୁ ଅଟକ ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!