ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଆନୁକୁଲ୍ୟରେ ଆଜି ୧୧ ଜଣ ଦିବ୍ୟାଙ୍ଗଙ୍କୁ ଇ-ରିକ୍ସା ବଣ୍ଟନ କରାଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ନେତୃତ୍ୱରେ ଅନୁଷ୍ଠିତ ବଣ୍ଟନ କାର୍ଯ୍ୟକ୍ରମରେ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ ଯୋଗ ଦେଇଥିଲେ । ସାମାଜିକ ସୁରକ୍ଷା ଅଧିକାରୀ କାମଦେବ ନାୟକଙ୍କ ତତ୍ୱାବଧାନରେ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏମ୍ସିଏଲ୍ ପକ୍ଷରୁ ଏହି ଇ-ରିକ୍ସ ଦିବ୍ୟାଙ୍ଗଙ୍କୁ ପ୍ରଦାନ କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।





