Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃତଙ୍ଗ ଦାବି ଜୋର ଧରିଲା

by ସଞ୍ଜୟ ସ୍ୱାଇଁ
February 21, 2021
in Feature News
ବୃତଙ୍ଗ ଦାବି ଜୋର ଧରିଲା
199
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ବୃତଙ୍ଗ ଜଳସେଚନ ପକଳ୍ପ କାର୍ଯ୍ୟକ୍ଷମ ଦାବିରେ ଆଜି କ୍ରିୟାନୁଷ୍ଠାନ କମିଟି ପ୍ରସ୍ତାବିତ ପ୍ରକଳ୍ପ ସ୍ଥାନ ଗସ୍ତ କରିଛି । ଏଥିସହିତ ଉକ୍ତ ସ୍ଥାନରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକଳ୍ପ କାର୍ଯ୍ୟକାରିତା ଏବଂ ଅବହେଳାକୁ ଦାୟୀ କରିଛି । ଯଥାଶୀଘ୍ର ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିବାକୁ ଦାବି କରାଯାଇଛି । କ୍ରିୟାନୁଷ୍ଠାନ କମିଟି ସଭାପତି ମନୋଜ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଉପସଭାପତି ବିନୋଦିନ ମହାନ୍ତି, ସମ୍ପାଦକ ବେଣୁଧର ନାୟକ, ସହସଂପାଦକ ଲକ୍ଷ୍ମୀଧର ରାଉତ ପ୍ରମୂଖ ଉପସ୍ଥିତ ରହି ସୂଚନା ପ୍ରଦାନ କରିଛନ୍ତି । ଦୀର୍ଘ ୫୦ ବର୍ଷରୁ ଉଦ୍ଧ୍ୱର୍ ସମୟ ଧରି ନୟାଗଡ଼ ଜିଲ୍ଲାର ଜୀବନରେଖା କୁହାଯାଉଥିବା ବୃତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାରେ ଅବହେଳା କରାଯାଇଛି । ବୃତଙ୍ଗ ନିର୍ମାଣ ଦାବି ଏବେ ଜୋର ଧରିଛି । ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ଦାବିରେ କ୍ରିୟାନୁଷ୍ଠାନ କମିଟି ଆସନ୍ତା ୨୪ ତାରିଖରେ ଦଶପଲ୍ଲାଠାରୁ ପଦଯାତ୍ରା ଆରମ୍ଭ କରିବ ବୋଲି ସୂଚନା ଦେଇଛି । ୨୫ ତାରିଖରେ ନୟାଗଡ଼ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ରାଜ୍ୟପାଳଙ୍କୁ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହିତ ପ୍ରକଳ୍ପ ପାଇଁ ବିସ୍ଥାପିତ ହେବାକୁ ଥିବା ପରିବାରକୁ ଥଇଥାନ କରିବାକୁ କମିଟି ଦାବି କରିଛି । ପ୍ରକଳ୍ପ କ୍ଷେତ୍ରରେ ରଣପୁର, ବୋଲଗଡ଼ ଏବଂ ବେଗୁନିଆ ବ୍ଲକକୁ ସାମିଲ କରିବା ପାଇଁ ଦାବି କରାଯାଇଛି । ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଉମାରାଣୀ ପାଣି, ନାରାୟଣ ସାହୁ, ବୈକୁଣ୍ଠ ନାଥ ପ୍ରଧାନ, ଦେବାଶିଷ ପରମଗୁରୁ, ଦାମୋଦର ପ୍ରଧାନ ପ୍ରମୂଖ ସାମିଲ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!