Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଖା ଗୁପ୍ତା ହୋଇପାରନ୍ତି ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
February 19, 2025
in NATIONAL NEWS
ରେଖା ଗୁପ୍ତା ହୋଇପାରନ୍ତି ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ
64
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦ ପାଇଁ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ସୂତ୍ର ଅନୁସାରେ, ଆରଏସଏସ ତାଙ୍କ ନାମ ପ୍ରସ୍ତାବ ଦେଇଛି। ଯାହାକୁ ବିଜେପି ଗ୍ରହଣ କରିଥିବା ଜଣାପଡ଼ିଛି। ବିଧାନସଭା ନିର୍ବାଚନ ଫଳାଫଳର ୧୧ ଦିନ ପରେ, ଆଜି ସନ୍ଧ୍ୟା ୭ଟାରେ ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ହେବାର ସମ୍ଭାବନା ରହିଛି। ତେବେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବାର ମଧ୍ଯ ସମ୍ଭାବନା ରହିଛି। ଦଳର ସଭାପତି ଜେପି ନଡ୍ଡା ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନିର୍ବାଚିତ ବିଧାୟକମାନଙ୍କ ମଧ୍ୟରୁ ହେବେ। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଗୁରୁବାର (୨୦ ଫେବ୍ରୁଆରୀ) ଦିନ ୧୨:୩୫ ରେ ରାମଲୀଳା ମଇଦାନରେ ଅନୁଷ୍ଠିତ ହେବ। ଦିଲ୍ଲୀର ମୁଖ୍ୟ ସଚିବଙ୍କ ଦ୍ୱାରା ପଠାଯାଇଥିବା ନିମନ୍ତ୍ରଣପତ୍ରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀମାନଙ୍କ ଶପଥ ଗ୍ରହଣ ସମାରୋହ ବିଷୟରେ ମଧ୍ୟ ଉଲ୍ଲେଖ ଅଛି। ଏହି କାର୍ଯ୍ୟକ୍ରମରେ ୩୦ ହଜାର ଅତିଥି ଯୋଗଦେବାର ଆଶା କରାଯାଉଛି। ରେଖା ଗୁପ୍ତା ସାଲିମାର ବାଗରୁ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି। ଦିଲ୍ଲୀ ବିଜେପିର ମହାସଚିବ ରହିବାସହ ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ ଉପାଧ୍ଯକ୍ଷ ମଧ୍ଯ ଅଛନ୍ତି। ତାଙ୍କ ପଖରେ ପୂର୍ବରୁ ଦକ୍ଷୀଣ ଦିଲ୍ଲୀ ନଗର ଉନ୍ନୟନର ମେୟର ଭାବେ କାମ କରିବାର ଅଭିଜ୍ଞତା ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!