Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
February 20, 2025
in Crime, State
ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
104
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ। ଘର ସାମ୍ନାରେ ଥିବା ଗ୍ୟାରେଜରୁ ଉଦ୍ଧାର ହେଲା ମୃତଦେହ। ଢେଙ୍କାନାଳ କାମାକ୍ଷାନଗର ତୁମୁସିଙ୍ଗା ଥାନା ଅନ୍ତର୍ଗତ ଗୁନେଇବିଲି ଗାଁର ଏ ଘଟଣା। ଘର ସାମ୍ନାରେ ଥିବା ଗ୍ୟାରେଜ ଘର ଭିତରେ ମୃତଦେହ ପଡ଼ିଥିବା ବେଳେ ଘରବାହାରେ ପଡିଥିଲା ତାଲା । ମୃତ ପ୍ରଧାନଶିକ୍ଷୟତ୍ରୀ ଜଣକ ତୁମୁସିଙ୍ଗା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ପ୍ରଭାତୀ ଦେହୁରୀ। ସବୁଦିନ ପରି ରାତିରେ ଖାଇପିଇ ସାରି ଘରେ ଶୋଇଥିଲେ । ସକାଳୁ ପ୍ରଭାତୀଙ୍କ ଡ୍ରାଇଭର ଘରକୁ ଆସି ପ୍ରଭାତୀଙ୍କୁ ସ୍କୁଲ ନେବା ପାଇଁ ଡ଼ାକିଥିବା ବେଳେ ଘରେ ଥିବା ଶଶ୍ୱର ବୋହୂ ଘରେ ନଥିବା କହିଥିଲେ । ପରେ ପରିବାର ଲୋକ ଏଣେତେଣେ ଖୋଜାଖୋଜି କରିବାରୁ ଘର ସାମ୍ନାରେ ଥିବା ଗ୍ୟାରେଜ ଘରୁ ବାହାରୁ ତାଲା ପଡ଼ିଥିବା ଦେଖିଥିଲେ । ଘର ତାଲା ଭାଙ୍ଗିବାରୁ ପ୍ରଭାତୀ ଘର ଭିତରେ ସନ୍ଦେହଜନକ ଭାବେ ପଡିଥିବା ଦେଖିବାକୁ ମିଳିଥିଲା। ପ୍ରଭାତୀଙ୍କ ଶଶ୍ୱର ତୁମୁସିଙ୍ଗା ଥାନାରେ ଖବର ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ଵିକ ସ୍ଥିତି ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି । ଢେଙ୍କାନାଳ ଜିଲ୍ଲା ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ଯାଞ୍ଚ ପରେ ମୃତ ଶିକ୍ଷୟତ୍ରୀଙ୍କ ଦୁଇଟି ମୋବାଇଲ ଓ ତାଙ୍କ ଝିଅର ମୋବାଇଲ ଗାଏବ ଥିବା ସୂଚନା ପାଇଛି । ଏବଂ ଶିକ୍ଷୟତ୍ରୀ ଙ୍କ ସୁନାହାର ମଧ୍ୟ ଲୁଟ ହୋଇଥିବା ନେଇ ଜଣାପଡିଛି । ଯାହାକୁ ନେଇ ଘଟଣାରେ ନୂଆ ମୋଡ଼ ସୃଷ୍ଟି ହେଉଥିବା ବେଳେ ପ୍ରଧାନଶିକ୍ଷୟତ୍ରୀଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ତାହା ସନ୍ଦେହ ସୃଷ୍ଟି କରୁଛି । ତେବେ ଶିକ୍ଷୟତ୍ରୀଙ୍କ ସ୍ୱାମୀ ଦୁଇବର୍ଷ ତଳେ ମୃତ୍ୟୁବରଣ କରିଥିବା ବେଳେ ତାଙ୍କର ଗୋଟିଏ ପୁଅ ଓ ଝିଅ ଥିବା ଜଣାପଡିଛି । ତେବେ ଶିକ୍ଷୟତ୍ରୀ ଜଣକ କାମାକ୍ଷାନଗର ବ୍ଲକ ଓଷ୍ଟା ସଙ୍ଘ ର ସଭାପତି ଥିବା ଜଣାପଡିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!