Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
February 20, 2025
in Nayagarh, State
ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ  ସ୍ୱାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ
163
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସମୀକ୍ଷା ବୈଠକ ସୃଜନ ସଭାଗୃହରେ ଅନୁଷ୍ଠିତ ହୋଇଗଲା । ଏଥିରେ ପ୍ରଜନନ, ପ୍ରସବ କାଳୀନ ମାତୃ ଓ ନବଜାତ ଶିଶୁ ଯତ୍ନ, କିଶୋର ସ୍ୱାସ୍ଥ୍ୟ ଏବଂ ପୋଷଣ କିପରି ମାତୃ ଏବଂ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ପ୍ରମୁଖ ଭାବେ ପ୍ରଭାବିତ କରିଥାଏ ସେ ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ଉପରୋକ୍ତ କାର୍ଯ୍ୟକ୍ରମଗୁଡିକର ଜିଲ୍ଲା ସ୍ୱାସ୍ଥ୍ୟ ସୂଚକାଙ୍କ ଆକଳନ ଆଧାରରେ ସମସ୍ୟାଗୁଡିକୁ ଚିହ୍ନଟ କରି ସ୍ୱାସ୍ଥ୍ୟସେବା ଉପରେ ଉନ୍ନତି ଆଣିବାକୁ ନିର୍ଦେଶ ଦେଇଥିଲେ ।

ଏହି ସଭାରେ ବିଭିନ୍ନ ଗୁଣାତ୍ମକ ନିଶ୍ଚିତତା କାର୍ଯ୍ୟକଳାପ ଏବଂ ଏହାର ଅଗ୍ରଗତି ଉପରେ ବିଶ୍ଳେଷଣ କରିଥିଲେ । ବିଭିନ୍ନ ଗୁଣବତ୍ତାମାନର ସ୍ତର, ପରିଷ୍କାର ପରିଚ୍ଛନ୍ନତା, ସବୁଜ ସୁନ୍ଦର ଡାକ୍ତରଖାନାର ଆବଶ୍ୟକତା ସହିତ ଡାକ୍ତରଖାନାର ସୀମା ବାହାରେ ଗୋଷ୍ଠୀ ସହଯୋଗିତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ଡାକ୍ତରଖାନାର ବର୍ଜ୍ୟବସ୍ତୁର ସଠିକ ପରିଚାଳନାକୁ ପ୍ରାଧାନ୍ୟ ଦେଲେଯାଇ ଚିକିତ୍ସାଜନିତ ସଂକ୍ରମଣକୁ କମକରାଯାଇ ପାରିବ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ଦାସ ବୁଝାଇ ଥିଲେ ।

ପୁନଶ୍ଚ ଗର୍ଭ ଧାରଣ ପୂର୍ବ ଏବଂ ଜନ୍ମପୂର୍ବ ଲିଙ୍ଗ ନିରୂପଣ ଅଧିନିୟମ ଉପରେ ପରାମର୍ଶ ସମିତିର ସମୀକ୍ଷାକରି ତୁରନ୍ତ ପଞ୍ଜୀକୃତ ଅଲଟ୍ରାସାଉଣ୍ଡ ସେଣ୍ଟର ଗୁଡିକରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମ୍ପର୍କିତ ପ୍ରମାଣପତ୍ର ଓ କାର୍ଯ୍ୟଦକ୍ଷତାଗୁଡ଼ିକୁ ତହସିଲଦାରମାନଙ୍କ ଯାଞ୍ଚ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ, ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ, ଗୋଷ୍ଠୀ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ, ଏଏନଏମ୍ ଓ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!