Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରିଲା ମାଟ୍ରିକ ଇଂରାଜୀ ପେପର ପରୀକ୍ଷା, କପି କରି ଧରାପଡିଲା ୮ ପରୀକ୍ଷାର୍ଥୀ

by ସଞ୍ଜୟ ସ୍ୱାଇଁ
February 24, 2025
in Education, State
ସରିଲା ମାଟ୍ରିକ ଇଂରାଜୀ ପେପର ପରୀକ୍ଷା, କପି କରି ଧରାପଡିଲା ୮ ପରୀକ୍ଷାର୍ଥୀ
172
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାଟ୍ରିକରେ ଆଜି ଶେଷ ହୋଇଛି ଇଂରାଜୀ ପେପରରେ ପରୀକ୍ଷା । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା, ଯାହା ୧୧ଟା ୩୦ ପର୍ଯ୍ୟନ୍ତ ଚାଲିଥିଲା । କପି ରୋକିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିଛି ସିସିଟିଭି କ୍ୟାମେରା । ଇଂରାଜୀ ପରୀକ୍ଷାରେ କପି କରି ଧରାପଡିଲେ ୮ ପରୀକ୍ଷାର୍ଥୀ । ପରୀକ୍ଷା ଶେଷ ହେବା ପରେ ଏନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି । ଧରାପଡିଥିବା ପରୀକ୍ଷାର୍ଥୀଙ୍କ ସହ ଅନ୍ୟ କେହି ସାମିଲ ନଥିବା କହିଛନ୍ତି ଉପସଭାପତି । ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ ଏଆଇ ଦ୍ୱାରା କେତେକ ପରୀକ୍ଷା କେନ୍ଦ୍ରରୁ ଅବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଥିବା ବେଳେ ତ୍ରୁଟି ସୁଧାରିବାକୁ ସଜାଗ ହୋଇଛି ବୋର୍ଡ । ପରୀକ୍ଷା ସୁପରିଚାଳନା ପାଇଁ ଏଥର ବିଶେଷ ବ୍ୟବସ୍ଥା କରାଯାଇଛି । କପି ରୋକିବାକୁ ୪୨ଟି ସ୍କ୍ୱାଡ, ୭୨ଟି ଫ୍ଲାଇଂ ସ୍କ୍ୱାଡ ଗଠନ ହୋଇଛି । ସମ୍ବେଦଶନଶୀଳ ଓ ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଏଆଇ କ୍ୟାମେରା ବ୍ୟାବସ୍ଥା କରାଯିବା ସହିତ ସବୁ ନୋଡାଲ ସେଣ୍ଟରରେ ଲାଇଭ ଷ୍ଟ୍ରିମିଂ କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଖଂଜା ଯାଇଛି । ରାଜ୍ୟର ୩ ହଜାରରୁ ଅଧିକ କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!