ନୟାଗଡ଼, (ବାଘୁଆବାର୍ତ୍ତା): ଖଣ୍ଡପଡା ବ୍ଲକ ସଭା ଗୃହରେ ଆଜି ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଜନ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ, ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ଏସ.ସୁଶ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଆଜି ମୋଟ ୧୨୩ ଗୋଟି ମାମଲା ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୧୧୩ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବା ବେଳେ ଦୁଇ ଗୋଟି ଗ୍ରାମ୍ୟ ସମସ୍ୟା ରହିଥିଲା । ମୁଖ୍ୟ ମନ୍ତ୍ରୀ ରିଲିଫ ଫଣ୍ଡରୁ ୮ ଗୋଟି ମାମଲା ଗ୍ରହଣ କରାଯାଇଥିଲା । ତୁରନ୍ତ ୨୫ ଗୋଟି ମାମଲାର ସମାଧାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଖଣ୍ଡପଡା ବିଡିଓଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।






