Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସକୁ ଚକମା ଦେଇ ଚମ୍ପଟ୍ ମାରିବା ବେଳେ ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
February 25, 2025
in Accident, State
ପୋଲିସକୁ ଚକମା ଦେଇ ଚମ୍ପଟ୍ ମାରିବା ବେଳେ ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣା
78
VIEWS
Share on FacebookShare on Twitter

ଖନ୍ତାପଡ଼ା, (ବାଘୁଆବାର୍ତ୍ତା): ଖନ୍ତାପଡ଼ା ଥାନା ବାହାନଗା ବ୍ଲକ ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦରଡ଼ିଆ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା। ପୋଲିସକୁ ଚକମା ଦେଇ ଚମ୍ପଟ୍ ମାରିବା ବେଳେ ଭାରସାମ୍ୟ ହରାଇ ଦୋକାନରେ ଧକ୍କା ହେଲା ଗୋରୁ ବୋଝେଇ ଟ୍ରକ୍। ସୋମବାର ବିଳମ୍ଵିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରୁ ଡ୍ରାଇଭର୍ ଫେରାର୍ ହୋଇଯାଇଛି। ସୂଚନାନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ଟ୍ରକ୍ ଭଦ୍ରକ ଆଡୁ ବାଲେଶ୍ଵର ଅଭିମୁଖେ ଯାଉଥିଲା। ବିଶେଷ ସୂତ୍ରରୁ ଖବର ପାଇ ପାଟ୍ରୋଲିଂ ପୋଲିସ ଗୋରୁ ବୋଝେଇ ଗାଡିକୁ ପିଛା କରିଥିଲା। ପୋଲିସ ଗାଡିକୁ ଅଟକାଇବାକୁ ଚେଷ୍ଟା କରିବାରୁ ଟ୍ରକ୍‌ଟି ଖସିଯିବାକୁ ଉଦ୍ୟମ କରି ଦ୍ରୁତ ଗତିରେ ଯାଇ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ କଡରେ ଥିବା ଏକ ଦୋକାନରେ ଧକ୍କା ହୋଇଥିଲା। ତେବେ ଦୁର୍ଘଟଣାରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ। ଏପଟେ ଟ୍ରକ୍ ଡ୍ରାଇଭର୍ ଘଟଣାସ୍ଥଳରୁ ଚମ୍ପଟ୍ ମାରିଛି। ଖବର ପାଇ ଘଟଣାସ୍ଥଳରେ ଜିଲ୍ଲା ପୋଲିସ ଏବଂ ନୂତନ ଭାବେ ଟ୍ରେନିଂରେ ଆସିଥିବା ଆଇପିଏସ ଅଧିକାରିଣୀ ପହଞ୍ଚିଥିଲେ। ଦୁର୍ଘଟଣାଗ୍ରସ୍ତ ଗୋରୁ ବୋଝେଇ ଗାଡିକୁ ଦୁଇଟି କ୍ରେନ୍ ଯୋଗେ ଉଦ୍ଧାର କରି ଥାନାକୁ ଆଣାଯାଇଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!