Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ ଦ୍ଵାରା ନୂତନ “ଡୁଡା” କାର୍ଯ୍ୟାଳୟ ଉଦଘାଟିତ

by ସଞ୍ଜୟ ସ୍ୱାଇଁ
February 25, 2025
in Nayagarh, State
ଜିଲ୍ଲାପାଳଙ୍କ ଦ୍ଵାରା ନୂତନ “ଡୁଡା” କାର୍ଯ୍ୟାଳୟ ଉଦଘାଟିତ
322
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରର ଗୁଣ୍ଡିଚା ମନ୍ଦିର ସମ୍ମୁଖ ଭାଗରେ ଆଜି ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ନୂତନ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ଉଦଘାଟନୀ ପର୍ବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁମନ ବେହେରା, ଜିଲ୍ଲାର ସମସ୍ତ ଏନ.ଏ.ସି ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ଗଣ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

ସହରାଞ୍ଚଳର ବିକାଶ ନିମନ୍ତେ ଏହି କାର୍ଯ୍ୟାଳୟ ଏକ ପ୍ରମୁଖ ଦାୟିତ୍ଵ ନିର୍ବାହ କରିବ ବୋଲି ଜିଲ୍ଲାପାଳ ମହୋଦୟ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ ଏହି କୋଠାଟି ପୂର୍ବରୁ ଉପ-ଜିଲ୍ଲାପାଳଙ୍କ ବାସଭବନ ଭାବେ ରହିଥିଲା । ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟାଳୟ ଉଦଘାଟନ ଯୋଗୁଁ ନୟାଗଡ଼, ଖଣ୍ଡପଡା,ରଣପୁର, ଦଶପଲ୍ଲା ଏବଂ ଓଡଗାଁ ସହରର ଭିତ୍ତିଭୂମି ଉନ୍ନୟନ କ୍ଷେତ୍ରରେ ଏଣିକି ଉକ୍ତ କାର୍ଯ୍ୟାଳୟ ଅଧିକ ତ୍ୱରାନ୍ୱିତ ହେବ ବୋଲି ସୂଚନା ଦିଆଯାଇଛି । କାର୍ଯ୍ୟକ୍ରମରେ ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ପ୍ରଶାନ୍ତ କୁମାର ପରିଡା, ଅଦିତ୍ୟ ନାରାୟଣ ପ୍ରଧାନ, ନିଗମ ମହାପାତ୍ର, ସୁଭାଶିଷ ସେଠୀ, ପ୍ରଦୀପ କୁମାର ଦାସ ଓ ଚିରଞ୍ଜିବ ଦାସ ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ । କାର୍ଯ୍ୟାଳୟ ଉଦଘାଟନ ଯୋଗୁଁ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ବେହେରା ସମସ୍ତଙ୍କୁ ସ୍ଵାଗତ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!