Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରକୁ ହତ୍ୟା ଷଡ଼ଯନ୍ତ୍ର ଘଟଣା, ଆଉ ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
February 26, 2025
in Crime, State
ବରକୁ ହତ୍ୟା ଷଡ଼ଯନ୍ତ୍ର ଘଟଣା, ଆଉ ଜଣେ  ଗିରଫ
103
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବରଯାତ୍ରୀରେ ବରକୁ ହତ୍ୟା ଷଡଯନ୍ତ୍ର ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ । ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ବିଶ୍ୱାଳକୁ ଗିରଫ କଲା ଦେଓଗାଁ ପୋଲିସ । ଘଟଣା ପରେ ମୋହନଗିରିକୁ ଯାଇ ଲୁଚିଥିବା ବେଳେ ଧରିଛି ପୋଲିସ । ପୂର୍ବରୁ ୭ ଜଣଙ୍କୁ ପୋଲିସ କୋର୍ଟ ଚାଲାଣ କରିଥିବା ବେଳେ ଫେରାର ମୁଖ୍ୟ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି । ତେବେ ଏହି ଘଟଣା ବରକୁ ମାରିବା ପାଇଁ ନୁହେଁ ବରଂ ଜମିଭାଗବଣ୍ଟାକୁ ନେଇ ପୂର୍ବ ଶତ୍ରୁତା ଥିବା ସୂଚନା ମିଳିଛି । ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଗାଈବାହାଲ ଗାଁରେ ଏଭଳି ଏକ ଘଟଣା ଘଟିଥିଲା । କହିରଖୁ କି, ରବିବାର ରାତିରେ ବାଦୀଜୋରରୁ ଗାଈବାହାଲକୁ ଆସିଥିଲେ ବରଯାତ୍ରୀ । ବରକୁ ମାରିବା ପାଇଁ ୧୦ରୁ ଅଧିକ ଯୁବକ ପ୍ଲାନ୍‌ କରି ବରଯାତ୍ରୀଙ୍କ ସହ ଆସିଥିଲେ । ସେମାନଙ୍କ ଗତିବିଧି ଉପରେ ଗାଁ ଲୋକଙ୍କର ସନ୍ଦେହ ହୋଇଥିଲା । ସନ୍ଦେହ ହେବାରୁ ପୋଲିସକୁ ଖବର ଦେଇଥିଲେ ଗାଁଲୋକେ । ଖବର ପାଇ ପୋଲିସ ତୁରନ୍ତ ପହଞ୍ଚି ଯୁବକମାନଙ୍କୁ କାବୁ କରିଥିଲା । ହେଲେ ଏହାରି ଭିତରେ ୩ ଜଣ ଫେରାର ହୋଇଯାଇଥିବାବେଳେ ୭ ଜଣଙ୍କୁ ଧରିବାରେ ସଫଳ ହୋଇଥିଲା ଦେଓଗାଁ ପୋଲିସ । ସେମାନଙ୍କ ପାଖରୁ ଅନେକ ମାରଣାସ୍ତ୍ର ସହ ବନ୍ଧୁକ ଜବତ କରିଥିଲା ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!