Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ଗାଡି ଧକ୍କାରେ ଦାଦା ମୃତ: ପୁତୁରା ଗୁରୁତର

by ସଞ୍ଜୟ ସ୍ୱାଇଁ
February 26, 2025
in Accident, State
କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା
88
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ବ୍ରହ୍ମପୁର ଠାରୁ ରାୟପୁର ୫୯ ନଂ ଜାତୀୟ ରାଜପଥ କନ୍ଦିବାନ୍ଦା ବେତିଶଙ୍ଖ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଦାଦା ମୃତ୍ୟୁ ବରଣ କରିଥିବା ବେଳେ ପୁତୁରା ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ, ଦାଦା ପୁତୁରା ଦୁହେଁ ମିଶି ଓଡି -୧୨- ଏ -୮୩୬୭ ନଂ ବାଇକ ଯୋଗେ ଶଶୁର ଘରୁ ନିଜ ଗାଁକୁ ସନ୍ଧ୍ୟାରେ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ଦାଦା ମୃତ ପୁତୁରା ଆହତ ହୋଇଥି ବା ଜଣାପଡ଼ିଛି। ମୃତକ କ.ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଆଡ଼ିମାହା ପଞ୍ଚାୟତ ଶାଙ୍କୁଶବାଲି ଗାଁର ଜୀବନ ବନ୍ଧୁ ଦିଗାଲ (୨୪) ହୋଇଥିବା ବେଳେ ଆହତ ଯୁବକ ଜଣକ ପିଣ୍ଟୁ ଦିଗାଲ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ସମ୍ପର୍କରେ ପୋଲିସ ଖବରପାଇ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ।କିନ୍ତୁ ସେଠାରେ ଜୀବନ ବନ୍ଧୁ ଦିଗାଲଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସେପଟେ ଆହତ ପୁତୁରା ପିଣ୍ଟୁ ଦିଗାଲ ଚିକିତ୍ସିତ ଅବସ୍ଥାରେ ଥି ବା ବେଳେ ଶବକୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଥାନା କେସ ନଂ ୪୦/୨୫ ରେ ଏକ ମାମଲା ଋଜୁକରି ଏସଆଇ ଅଶୋକ କୁମାର ତ୍ରିପାଠୀ ଅଧୂକ ତଦନ୍ତ କରୁଥିବା ବିଷୟ ଥାନା ଅଧିକାରୀ ଅଶୋକ କୁମାର ହଂସଦା ପ୍ରକାଶ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!