Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମଗ୍ରୀ ଦେବାକୁ କଲେ ବିଳମ୍ବ, ଅଙ୍ଗୁଠି ଛିଡାଇଦେଲେ ମଦ୍ୟପ, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
March 3, 2025
in Crime, State
ସାମଗ୍ରୀ ଦେବାକୁ କଲେ ବିଳମ୍ବ, ଅଙ୍ଗୁଠି ଛିଡାଇଦେଲେ ମଦ୍ୟପ, ବାନ୍ଧିଲା ପୁଲିସ
42
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ସାମଗ୍ରୀ ଦେବାରେ ବିଳମ୍ୱ କରିବାରୁ ଦୋକାନୀଙ୍କ ଅଙ୍ଗୁଠି ଛିଡାଇଦେଲେ ମଦ୍ୟପ ଗ୍ରାହକ । ଗାଳିଗୁଲଜ କରିବା ସହ ମାଡ଼ ମଧ୍ୟ ମାରିଲେ । ଏଭଳି କାଣ୍ଡ ଭିଆଇ ବନ୍ଧା ହେଲେ ଗଞ୍ଜାମ ପାଟପୁର ଅଞ୍ଚଳର ୩ ଯୁବକ । କିଛି ମଦ୍ୟପ ଯୁବକ ପଳାସପୁର ଛକରେ ଥିବା ବ୍ୟବସାୟୀ ବରୁଣ ପାଢ଼ୀଙ୍କ ଦୋକାନକୁ ଆସି କିଛି ସାମଗ୍ରୀ ମାଗିଥିଲେ । ହେଲେ ବ୍ୟବସାୟୀ ଜଣକ ଜିନିଷ ଦେବାରେ ବିଳମ୍ବ କରିବାରୁ ମଦ୍ୟପ ଯୁବକମାନେ ମିଶି ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଏହାସହ ବ୍ୟବସାୟୀଙ୍କ ଡାହାଣ ହାତର ଅଙ୍ଗୁଠିକୁ କାମୁଡି ଜଣେ ଯୁବକ ଛିଡ଼ାଇ ଦେଇଛି । ବ୍ୟବସାୟୀଙ୍କୁ ପରିବାର ଲୋକେ ନିକଟ ଆଡ଼ପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ସେଠାରେ ଡାକ୍ତର ଅଙ୍ଗୁଳି ଆଉ ଲାଗି ପାରିବ ନାହିଁ କହି ଚିକିତ୍ସା କରି ଛାଡିଥିଲେ । ବ୍ୟବସାୟୀ ଜଣକ ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ଘଟଣାକୁ ଗୁରୁତ୍ୱର ସହ ନେଇଛି । ୩ ଅଭିଯୁକ୍ତଙ୍କୁ ଧରି କୋର୍ଟ ଚାଲାଣ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!