Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୧ କେଜି ଗଞ୍ଜେଇ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
March 3, 2025
in Crime, State
୨୧ କେଜି ଗଞ୍ଜେଇ ଜବତ, ୨ ଗିରଫ
39
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଷମକଟକ ପୋଲିସକୁ ମିଳିସା ସଫଳତା। ଟ୍ରେନ୍‌ ଯୋଗେ ଛତିଶଗଡ଼କୁ ଗଞ୍ଜେଇ ଚୋରା ଚାଳାଣ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ମାଡି ବସିଲା ପୋଲିସ । ୨୧ କେଜି ଗଞ୍ଜେଇ ଜବତ କରି ଦୁଇ ଚାଲାଣକାରୀଙ୍କୁ ପୋଲିସ ଗିରଫ କରିଛି । ଗିରଫ ମାଫିଆ ମାନେ ହେଲେ ତାମିଲନାଡୁ ରାଜ୍ୟର ଟି.ସତୀଶ କୁମାର ଓ ଉତ୍ତର ପ୍ରଦେଶର ମହମ୍ମଦ ହମିଦ୍ । ରାୟଗଡା ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଖବର ଆସିଛି । ସୂଚନା ମୁତାବକ, ଚନ୍ଦ୍ରପୁରରୁ ଛତିଶଗଡକୁ ଟ୍ରେନ୍‌ରେ ଗଞ୍ଜେଇ ଚୋରା ଚାଲାଣ କରିବା ନିମନ୍ତେ ଦୁଇ ଚାଲାଣକାରୀ ପ୍ରସ୍ତୁତ ହେଉଥିଲେ । ଏନେଇ କୌଣସି ସୂତ୍ରରୁ ଖବର ପାଇ ବିଷମକଟକ ପୋଲିସ ବିଷମକଟକ ରେଳ ଷ୍ଟେସନ ପାଖରୁ ଦୁଇ ଜଣଙ୍କୁ ସନ୍ଦେହରେ ଅଟକ ରଖିଥିଲା । ସେମାନଙ୍କୁ ପଚରାଉଚରା କରିଥିଲା ଏବଂ ତାଙ୍କ ପାଖରେ ଥିବା ୩ ଟି ବ୍ୟାଗ୍‌କୁ ମଧ୍ୟ ଯାଞ୍ଚ କରିଥିଲା । ଯାଞ୍ଚ ବେଳେ ଉକ୍ତ ବ୍ୟାଗ୍‌ରୁ ୨୧ କିଲୋ ଗଞ୍ଜେଇ ଜବତ ହୋଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି । ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଘଟଣାର ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!