Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ପଞ୍ଝାରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର ପ୍ରଦୀପ ମହାନ୍ତି

by ସଞ୍ଜୟ ସ୍ୱାଇଁ
March 6, 2025
in Crime, State
ଭିଜିଲାନ୍ସ ପଞ୍ଝାରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର ପ୍ରଦୀପ ମହାନ୍ତି
138
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ବଡବାବୁ । ବିଡା ବିଡା ଟଙ୍କା ଓ ପୁଳା ପୁଳା ସୁନା ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଟେରା । ସମସ୍ତଙ୍କ ମୁହଁରେ ଗୋଟିଏ କଥା ବାପ୍‌ରେ ବାବୁଙ୍କ ଘରେ କି ସୁନା… ଗୁରୁବାର ସକାଳୁ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ପଶିଲା ଭିଜିଲାନ୍ସ । କଟକ ଅଫିସ ସହ ଭୁବନେଶ୍ବର,ନୟାଗଡ,ଖୋର୍ଦ୍ଧା, ପୁରୀ ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରିଛି । ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପୈତୃକ ଘର, ଭୁବନେଶ୍ବର ମୈତ୍ରୀ ବିହାର ସ୍ଥିତ ଘର, ମଳିପଡାରେ ଥିବା ସଂପର୍କୀୟଙ୍କ ଘର, ପୁରୀ ଟାଉନରେ ଥିବା ସଂପର୍କୀୟଙ୍କ ଘରେ ଛାପା ମାରିଛି ଭିଜିଲାନ୍ସ । ଚଢାଉ ସମୟରେ ନୟାଗଡ ଜିଲ୍ଲା ରଣପୁରରେ ଫାର୍ମ ହାଉସ, ମଳିପଡାରେ ସଂପର୍କୀୟଙ୍କ ନାଁରେ ଥିବା ପେଟ୍ରୋଲ ପମ୍ପ ଠାବ ହୋଇଛି । ସେହିପରି ଗୋବିନ୍ଦପ୍ରସାଦରେ ପ୍ରଦୀପଙ୍କ ନିର୍ମାଣାଧୀନ ୫ ମହଲା କୋଠା ଥିବା ଜାଣିବାକୁ ପାଇଛି ଭିଜିଲାନ୍ସ । ବିଭିନ୍ନ ସ୍ଥାନରୁ ପୁଳା ପୁଳା ଟଙ୍କା ଓ ବିଡା ବିଡା ନୋଟ୍ ଜବତ ହୋଇଛି । ରେଡ୍‌ରେ ୨ ଅତିରିକ୍ତ ଏସ୍‌ପି ଓ ୧୩ ଡିଏସ୍‌ପି ସାମିଲ ହୋଇଛନ୍ତି । ଏବେ ସୁଦ୍ଧା ଜବତ ମୋଟ୍ ସଂପତ୍ତିର ଆକଳନ କରାଯାଇନି । ରେଡ୍ ସରିବା ପରେ ସ୍ପଷ୍ଟ ହେବ କେତେ ସଂପତ୍ତି ଠୁଳ କରିଛନ୍ତି ଏ ସରକାରୀ ବାବୁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!