ନୟାଗଡ଼, (ବାଘୁଆବାର୍ତ୍ତା): ଶୁକ୍ରବାର ଦିନ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର,ଇଟାମାଟି ଠାରେ ଶିଶୁବାଟିକା ବିଭାଗ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ “ପ୍ରଥମ ପର୍ଯ୍ୟାୟର ଚତୁର୍ଥ ସୋପାନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବଂଶୀଧର ମହାବିଦ୍ୟାଳୟ, ଇଟାମାଟି ଅବସର ପ୍ରାପ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ହରପ୍ରସାଦ ରଣସିଂ ମହୋଦୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରକାଶ ଜୀବନ ପାଳ ମୁଖ୍ୟ ଅତିଥି ଅଧିକାରୀ ଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଔପଚାରିକ ଓ ଅନୌପଚାରିକ ଶିକ୍ଷା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନା କରିଥିଲେ । ଶିଶୁ ଭାଇଭଉଣୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ, ବିଷୟକୁ ନେଇ ନୃତ୍ୟ, ପ୍ରାୟୋଗିକ ( ଜନ୍ମଦିନ ପାଳନ ,ଗଣେଶଙ୍କ ଚତୁରତା ବାଲନାଟ୍ୟ ) କରାଯାଇଥିଲା ।ପରିଚାଳନା ସମିତିର ସଦସ୍ୟା ଶ୍ରୀମତୀ ସୁବାସିନୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ,ଶିଶୁବାଟିକା ପ୍ରମୁଖ ପ୍ରାତଃ ପର୍ଯ୍ୟାୟ ଗୁରୁମା ଏବଂ ସେବିକା ଙ୍କ ସହଯୋଗରେ ସମ୍ପନ୍ନ ହୋଇଥିଲା । ୬୫ଜଣ ଅଭିଭାବକ ଓ ଅଭିଭାବିକା ଉପସ୍ଥିତ ଥିଲେ।





