ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ଗୃହରେ ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅର୍ଚ୍ଚନା କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଆଇନ ସେବା ପ୍ରାଧିକରଣ ସଚୀବ ଅଞ୍ଜଳୀ ମଛକୁଣ୍ଡ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଅବସର ପ୍ରାପ୍ତ ଅଧ୍ୟାପିକା ପ୍ରିୟମ୍ବଦା ଦାସ, ସମଗ୍ର ଶିକ୍ଷା ସଂଯୋଜିକା ଶ୍ରାବଣୀ ମିଶ୍ର ଓ କଟକ ସାଂସଦଙ୍କ ପ୍ରତିନିଧି ଚନ୍ଦ୍ରକାନ୍ତ ବଳିଆରସିଂ ପ୍ରମୁଖ ଯୋଗ ଦେଇଥିଲେ ।

ମୁଖ୍ୟ ଅତିଥିଙ୍କ ସମେତ ସମସ୍ତ ଅତିଥି ମାନେ ପ୍ରଭୁ ଜଗନ୍ନାଥଙ୍କ ଠାରେ ପୁଷ୍ପମାଲ୍ୟ ଅର୍ପଣ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନ୍ତର୍ଜାତୀୟ ମହିଳା ଦିବସର ମୁଖ୍ୟ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଜିଲ୍ଲାପାଳ କବିତା ଆବୃତି କରି ପୁଅ ଝିଅ କିପରି ଜିଲ୍ଲାରେ ସମାନ ସ୍ଥିତିକୁ ଆସିବ ସେହି ଉପରେ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଇପସିତା ଅଗ୍ରୱାଲ ଓ ସୌମ୍ୟ ରଞ୍ଜନ ଦାସ ସଂଯୋଜନା ଦାୟିତ୍ୱ ତୁଲାଇଥିଲେ । ପିଓ ଜୟଶ୍ରୀ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।





