ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆଜି ଘରହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ୩ୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୁପେ ଡ. ସୁପ୍ରିୟା ପ୍ରିୟଦର୍ଶିନୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ପ୍ରଧାନାଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ରକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଶିଶୁ ଭାଇ ଭଉଣୀଙ୍କ ଦ୍ୱାରା ସାମୁହିକ କଣ୍ଠ ସଙ୍ଗୀତ ଗାନ କରାଯାଇଥିଲା । ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଶିଶୁଙ୍କ ରୋଗ ଓ ଚିକିତ୍ସା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ ।

ଅନୁଷ୍ଠାନର ପ୍ରହଲ୍ଲାଦ ଦଳବେହେରା ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମଟି ବିଦ୍ୟାଳୟର ସମ୍ପାଦକ ଭାସ୍କର ଚନ୍ଦ୍ର ସାହୁ, ସମସ୍ତ ଗୁରୁଜୀ ଗୁରୁମା ଓ ପରିଚାଳନା ସମିତି ଓ ସେବକ ସେବିକାଙ୍କ ସହଯୋଗରେ ସମ୍ପୁର୍ଣ୍ଣ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୋଟ ୫୦ ଜଣ ଅଭିଭାବକ ଓ ଅଭିଭାବିକା ଉପସ୍ଥିତ ଥିଲେ । ପରିଶେଷରେ ଛୋଟ ଶିଶୁ ଭାଇଭଉଣୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ରକ୍ରମ ପରିବେଷଣ କରାଯାଇଥିଲା ।






