Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକ ସହିଦ ଦିବସ ପାଳନ

by ସଞ୍ଜୟ ସ୍ୱାଇଁ
March 9, 2025
in Nayagarh, State
ଶିକ୍ଷକ ସହିଦ ଦିବସ ପାଳନ
161
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗତ ୧୯୭୮ ମସିହା ମାର୍ଚ୍ଚ ୯ ତାରିଖରେ ଭୁବନେଶ୍ୱରଠାରେ ଶିକ୍ଷକମାନଙ୍କ ବିଭିନ୍ନ ଦାବି ନେଇ ଶିକ୍ଷକ ମହାସଂଘର ଆନ୍ଦୋଳନ ଡାକରା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରୁ ବିଭିନ୍ନ ବର୍ଗର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହେବାକୁ ବସ ଯୋଗେ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟିକାତାଳଠାରେ ଦୁର୍ଘଟଣାରେ ଶିକାର ହୋଇ ମୋଟ ୬ଜଣ ଶିକ୍ଷକ ପ୍ରାଣ ହରାଇଥିଲେ । ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲାର ଜଣେ ଶିକ୍ଷକ ଏବଂ ୩ ଜଣ ଶିକ୍ଷୟିତ୍ରୀ ପ୍ରାଣ ହରାଇଥିଲେ । ପ୍ରାଣ ହରାଇଥିବା ଶିକ୍ଷକମାନେ ଥିଲେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର କାହ୍ନୁ ଚରଣ ପଟ୍ଟନାୟକ,ଦଶପଲ୍ଲା ବାଳିକା ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ବିଳାସିନୀ ପଟ୍ଟନାୟକ, ସହକାରୀ ଶିକ୍ଷୟିତ୍ରୀ ଚାରୁଲତା ପଟ୍ଟନାୟକ ଏବଂ ଶାନ୍ତିଲତା ମହାରଣା । ଶିକ୍ଷକ ସମାଜ ପାଇଁ ପ୍ରାଣବଳି ଦେଇ ସହିଦ୍ ହୋଇଥିବା ଏହି ଶିକ୍ଷକ ମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ପ୍ରତିବର୍ଷ ମାର୍ଚ୍ଚ ୯ ତାରିଖକୁ ସମଗ୍ର ରାଜ୍ୟରେ ଶିକ୍ଷକ ସହିଦ ଦିବସ ଭାବେ ପାଳନ କରାଯାଉଛି ।

ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ଶିକ୍ଷକ ସଂଗଠନ ପକ୍ଷରୁ ଶନିବାର ପୂର୍ବାହ୍ନରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଥିବା ଶିକ୍ଷକ ସ୍ୱୃତିସ୍ତମ୍ଭ ନିକଟରେ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସ୍ମୃତି ସଭାରେ ଶିକ୍ଷା ସଂଗ୍ରାମର ସଂଗଠକ କମ୍ରେଡ ବିଶ୍ୱନାଥ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ସମାଜସେବୀ ପ୍ରମୋଦ ପଟ୍ଟନାୟକ,ଅନାଦି ଚରଣ ମହାନ୍ତି,ଜିଲ୍ଲା ମାଧ୍ୟମିକ ଶିକ୍ଷକସଂଘ ସମ୍ପାଦକ ପରମାନନ୍ଦ ଦଳେଇ,ପ୍ରାକ୍ତନ ଜିଲ୍ଲା ସଭାପତି କିଶୋର ପରମଗୁରୁ,ଅବସରପ୍ରାପ୍ତ ଅଧ୍ୟକ୍ଷ ବିଜୟ କୁମାର ରଥ, ଅଧ୍ୟାପକ ଡ. ଆଶୁତୋଷ ମିଶ୍ର,ପ୍ରସନ୍ନ କୁମାର ବସନ୍ତିଆ,ଶିକ୍ଷକ ଲକ୍ଷ୍ମୀଧର ସାହୁ, ,ପ୍ରଦୀପ କୁମାର ସାହୁ, ପ୍ରଦ୍ୟୁମ୍ନ ନନ୍ଦ,ଗୋପୀନାଥ ସେଠୀ ପ୍ରମୁଖ ଯୋଗଦାନ କରି ଶିକ୍ଷକ ଆନ୍ଦୋଳନର ଗୌରବମୟ ଇତିହାସକୁ ରୋମାନ୍ଥନ କରିବା ସହ ଆଗାମୀ ପିଢ଼ି ଏହି ଦୃଢ଼ ଭିତ୍ତି‌ଭୂମି ଉପରେ ଶକ୍ତିଶାଳୀ ଶିକ୍ଷା ଆନ୍ଦୋଳନ ଗଢ଼ି ତୋଳିବା ଏବଂ ଆସନ୍ତା ବର୍ଷ ମାନଙ୍କରେ ଏହି ପାଳନକୁ ଅଧିକ ସମ୍ପ୍ରସାରିତ କରିବା ପାଇଁ ଆହ୍ଵାନ ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!