Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ “ଆମ ସଂସ୍କୃତି ଆମ ଖେଳନା” କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
March 10, 2025
in Nayagarh, State
ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ “ଆମ ସଂସ୍କୃତି ଆମ ଖେଳନା” କାର୍ଯ୍ୟକ୍ରମ ଅନୁଷ୍ଠିତ
143
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଧୀରେ ଧୀରେ ବିଲୁପ୍ତ ହୋଇଯାଉଥିବା ଆମ ସଂସ୍କୃତି ଓ ପରମ୍ପରା ଯଥା ଓଡ଼ିଆ ଘରର ଚାଲିଚଳଣୀ, ବେଶ ପୋଷାକ, ଖାଦ୍ୟପେୟ, ପିଠାପଣା ସହିତ ପର୍ବପର୍ବାଣୀ ଉପରେ ଛାତ୍ରଛାତ୍ରୀଙ୍କୁ ଧାରଣା ଦେବା ଓ ହାତତିଆରି କଣ୍ଢେଇ ବା ଖେଳନା, ଝୋଟି, କାଗଜର ଫୁଲ ସହିତ ଆକୃତି ଗଢ଼ିବା ଉପରେ ପିଲାଙ୍କ ମନରେ ଆଗ୍ରହ ଜାତ କରିବା ନିମନ୍ତେ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ତତ୍ତ୍ଵାବଧାନରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପାଠପଢ଼ୁଥିବା ଛାତ୍ରଛାତ୍ରୀ ମାନେ ରଙ୍ଗବେରଙ୍ଗର କାଗଜ ଓ କନା ତିଆରି ଫୁଲ, ଝାଲର, ତୈଳଚିତ୍ର ଇତ୍ୟାଦି ତିଆରିକରି ଆଣିଥିବା ବେଳେ ସେଗୁଡିକୁ ଆଜିର କାର୍ଯ୍ୟକ୍ରମରେ ପ୍ରଦର୍ଶନ କରିଥିଲେ । ପ୍ରତ୍ୟେକ ଶ୍ରେଣୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ ଏକଶହରୁ ଉର୍ଦ୍ଧ୍ଵ ପ୍ରକଳ୍ପ ଆସିଥିଲା l ସେଥିମଧ୍ୟରୁ ବିଭିନ୍ନ ବର୍ଗର ବାର ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ହସ୍ତଶିଳ୍ପୀ କାରିଗର ସରୋଜିନୀ ପଲେଇ ଓ ବାସନ୍ତୀ ପଲେଇ ଯୋଗଦେଇ ପିଲାମାନଙ୍କୁ କନା ସାହାଯ୍ୟରେ ବିଭିନ୍ନ ଜୀବଜନ୍ତୁ ନିର୍ମାଣ ଓ କୌଶଳ ଉପରେ ଶିକ୍ଷା ଦେଇଥିଲେ l

ପ୍ରଥମ ଦ୍ବିତୀୟ ଶ୍ରେଣୀ ନିମନ୍ତେ ସହକାରୀ ଶିକ୍ଷୟିତ୍ରୀ ସୁଷମା ବିଶ୍ଵାଳ ଓ ମଗ୍ନୁମ୍ ଜାହାନ, ତୃତୀୟ ଚତୁର୍ଥ ଶ୍ରେଣୀ ପାଇଁ ସହକାରୀ ଶିକ୍ଷୟିତ୍ରୀ ନିଶାମଣି ମିଶ୍ର ଓ ସଲିମ୍ ଇବ୍ରାହିମ୍, ପଞ୍ଚମ ଷଷ୍ଠ ଶ୍ରେଣୀ ପାଇଁ ସବିତା ପଟ୍ଟନାୟକ ଓ ରଶ୍ମି ରଞ୍ଜିତା ବେହେରା ସେହିପରି ସପ୍ତମ ଅଷ୍ଟମ ଶ୍ରେଣୀ ପାଇଁ ଶେଖ୍ ଅବଦୁଲ୍ ଖଲିକ୍ ଓ କ୍ରୀଡ଼ା ଶିକ୍ଷକ ଜିତେନ୍ଦ୍ର ଗୁରୁ ପ୍ରମୁଖ ବିଚାରକ ଭାବରେ ଯୋଗଦେଇ ସର୍ବୋକୃଷ୍ଟ ହସ୍ତଶିଳ୍ପ ଚୟନ କରିଥଲେ । ଓଡ଼ିଆ ଘରର ପର୍ବପର୍ବାଣି, ପିଠାପଣା ଓ ପରମ୍ପରାରେ ଉପରେ ବରିଷ୍ଠ ସହକାରୀ ଶିକ୍ଷୟିତ୍ରୀ ପ୍ରବାସିନୀ ମିଶ୍ର ପିଲାଙ୍କୁ ଧାରଣା ଦେଇଥିଲେ l ପରିଶେଷରେ ସହକାରୀ ଶିକ୍ଷକ ସଲିମ୍ ଇବ୍ରାହିମ୍ ଧନ୍ୟବାଦ୍ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!