ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ବିଧାନସଭା ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ ଅଶୋକ ପଣ୍ଡା । ରାଜ୍ୟରେ ୩୦ଟି ସାଇନ୍ସ ପାର୍କ ନିର୍ମାଣ କରାଯିବ । ପ୍ରଥମ ପର୍ଯ୍ୟାୟରେ ୧୦ଟି ଓ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୧୦ଟି ଖୋଲାଯିବ । ବାରିପଦା, କେନ୍ଦୁଝର, ଗୋପାଳପୁର ଓ ରାଜୟଗଡ଼ା ଅ ଳରେ ୪ଟି ସାଇନ୍ସ ପାର୍କ ନିର୍ମାଣ କରାଯିବା ନେଇ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି । ସେହିଭଳି ରାଉଲକେଲା ଓ ବଲାଙ୍ଗୀରରେ ହେବାକୁ ଥିବା ସାଇନ୍ସ ପାର୍କ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଆରମ୍ଭ କରିଥିବା ନେଇ ମନ୍ତ୍ରୀ ଶ୍ରୀ ପଣ୍ଡା ଗୃହରେ କହିଛନ୍ତି ।





