Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଇକେଲ୍ ଆରୋହୀଙ୍କୁ ପଛପଟୁ ଧକ୍କା ଦେଲା ଟ୍ରକ୍

by ସଞ୍ଜୟ ସ୍ୱାଇଁ
March 15, 2025
in Accident, State
ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
30
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସାଇକେଲ୍‌ରେ ହାଟକୁ ଯାଉଥିବା ବେଳେ ଅଘଟଣ । ପଛପଟୁ ଧକ୍କା ଦେଲା ଟ୍ରକ୍ । ଚାଲିଗଲା ବ୍ୟକ୍ତିଙ୍କ ଜୀବନ । ମୃତକ ଗୋପପୁର ଅଞ୍ଚଳର ୫୧ ବର୍ଷୀୟ ମୋହନ ଚରଣ ଦାସ ବୋଲି ଜଣା ପଡ଼ିଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବଜାର ନିକଟସ୍ଥ ୮ ନମ୍ବର କେନାଲ ପୋଲ ନିକଟରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଗୋପପୁର ଅଞ୍ଚଳର ମୋହନ ଚରଣ ଦାସ ନିଶ୍ଚିନ୍ତକୋଇଲି ହାଟକୁ ସଉଦା କରିବାକୁ ଆସୁଥିଲେ । ସାଇକେଲ୍‌ରେ ଯାଇଥିବା ବେଳେ ବଜାର ନିକଟ ୮ ନମ୍ବର କେନାଲ ପୋଲ ନିକଟରେ ପଛ ପଟୁ ଏକ ଟ୍ରକ୍ ଆସି ତାଙ୍କୁ ଧକ୍କା ଦେଇଥିଲା। ସେ ତଳେ ପଡ଼ି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ମେଡିକାଲକୁ ଆଣିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଜନଗହଳିପୂର୍ଣ୍ଣ କେନାଲ ବନ୍ଧ, ରାସ୍ତା ଖରାପ, ବେପରୁଆ ଗାଡି ଚାଳନା ଯୋଗୁଁ ଏଭଳି ଅଘଟଣ ହୋଇଥିବା ଯୋଗୁଁ ଅକାରଣରେ ଏକ ଜୀବନ ଚାଲିଗଲା ବୋଲି ଅଭିଯୋଗ ହୋଇଛି। ଦୁର୍ଘଟଣା ସ୍ଥଳରେ କିଛି ସମୟ ଉତ୍ତେଜନା ସହ ଗାଡି ଚଳାଚଳ ବନ୍ଦ ଓ ରାସ୍ତା ଜାମ୍ ରହିଥିଲା । ଖବର ପାଇ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କଲାପରେ ରାସ୍ତାରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା । ଏହି ଦୁଃଖଦ ଖବର ପାଇ ମେଡିକାଲରେ ପୂର୍ବତନ ବିଧାୟକ ପ୍ରତାପ ଜେନା ପହଞ୍ଚି ମୃତକଙ୍କ ପରିବାରକୁ ସାନ୍ତ୍ୱନା ଦେଇଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!