Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଜୁ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

by ସଞ୍ଜୟ ସ୍ୱାଇଁ
March 20, 2025
in Crime, State
କାଜୁ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
21
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ମହାବିରୋଡ଼-ଚାନ୍ଦପୁର ରାସ୍ତାରେ ଥିବା କାଜୁ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ହେଲେ ଦଶିପୁର ପଞ୍ଚାୟତ ଭାଲୁମୁଣ୍ଡା ଗାଁର ନବ ଦେହୁରୀଙ୍କ ପୁଅ ଲୁଲୁ ଦେହୁରୀ । ଲୁଲୁଙ୍କୁ ହତ୍ୟା କରାଯାଇଥିବାର ଅଭିଯୋଗ ଆଣିଲେ ପରିବାର ଲୋକେ । ଲୁଲୁ ଯାଜପୁର ଜିଲ୍ଲା ଡୁବୁରିରେ ଥିବା ଜିନ୍ଦଲ ପ୍ଲାଣ୍ଟରେ କାମ କରୁଥିଲେ। ଗତକାଲି ଦଶିପୁର ଗାଁର ଦୋଳଯାତ୍ରା ପାଇଁ ଛୁଟି ନେଇ ସେ ଘରକୁ ଆସିଥିଲେ । ଯାତ୍ରା ଦେଖିବାକୁ ଯାଇ ଆଉ ଘରକୁ ଫେରି ନଥିଲେ । ତାଙ୍କ ଫୋନ୍ ଅଫ୍ ଥିଲା । ପରିବାର ଲୋକ ଏଣେ ତେଣେ ବହୁ ଖୋଜାଖୋଜି କରିବା ପରେ ବି ସନ୍ଧାନ ପାଇ ନଥିଲେ । ଆଜି ଲୁଲୁଙ୍କ ମୃତଦେହ ମହାବିରୋଡ଼-ଚାନ୍ଦପୁର ରାସ୍ତାର କାଜୁ ଜଙ୍ଗଲରୁ ମିଳିଥିଲା । ଶରୀର ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତେଣୁ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । କାହା ସହିତ ଲୁଲୁଙ୍କ କୌଣସି ପୂର୍ବ ଶତ୍ରୁତା ନ ଥିବା ବି ପରିବାର ଲୋକେ କହିଛନ୍ତି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପାଠାଇଛି । ଏହାସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!