Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶବ ନେଇ ଫେରୁଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

by ସଞ୍ଜୟ ସ୍ୱାଇଁ
March 20, 2025
in Accident, State
ଶବ ନେଇ ଫେରୁଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ
108
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି ଥାନା ଅନ୍ତର୍ଗତ ସିନ୍ଦ୍ରିମାଲ ଗ୍ରାମ ନିକଟସ୍ଥ ଜୟପୁର-ମାଲକାନଗିରି ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜୟପୁର ଠାରୁ ମାଲକାନଗିରି ଅଭିମୁଖେ ଶବ ନେଇ ଆସିଥିବା ଏକ ଆମ୍ବୁଲାନ୍ସ ସହିତ ଜୟପୁର ଅଭିମୁଖେ ଯାଉଥିବା ଏକ ଟ୍ରକ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଭିତରେ ଶବ ସହିତ ବସିଥିବା ଗୋଟିଏ ପରିବାରର ୩ ଜଣ ଏବଂ ଆମ୍ବୁଲାନ୍ସ ଡ଼୍ରାଇଭର ଆହତ ହୋଇଛନ୍ତି। ମାଲକାନଗିରି ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଁଞ୍ଚିଛ ସମସ୍ତ ଆହତଙ୍କୁ ମାଲକାନଗିରି ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସହିତ ଟ୍ରକ ଟିକୁ ଅଟକ ରଖିଛି। ତେବେ ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଚମ୍ପଟ ମାରିଥିବା ଜଣାପଡ଼ିଛି। ସୂଚନା ମୁତାବକ ମାଲକାନଗିରି ଜିଲ୍ଲା ସଦରମହକୁମା ନିକଟସ୍ଥ ଏମଭି ୪୩ ଗ୍ରାମର ଶାନ୍ତି ମଣ୍ଡଳ ନାମକ ବ୍ୟକ୍ତିଙ୍କର କୈାଣସି କାରଣରୁ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ଚିକିତ୍ସା ପାଇଁ ନେଇଥିଲେ ପରିବାର ଲୋକେ। ରୋଗାଗ୍ରସ୍ତ ଶାନ୍ତି ମଣ୍ଡଳଙ୍କ ସହିତ ତାଙ୍କର ସ୍ତ୍ରୀ ଛବି ମଣ୍ଡଳ ଏବଂ ଦୁଇ ପୁଅ ବାପାଙ୍କର ଚିକିତ୍ସା ପାଇଁ ସାଂଗରେ ଯାଇଥିଲେ। ତେବେ ବ୍ରହ୍ମପୁର ମେଡିକାଲରେ ବାପାଙ୍କ ମୃତ୍ୟୁ ଘଟିଥିଲା। ଶବ ନେଇ ଆଜି ଘରକୁ ଫେରିବା ସମୟରେ ମାଲକାନଗିରି ନିକଟସ୍ଥ ସିନ୍ଦ୍ରିମାଲ ଠାରେ ଦୁର୍ଘଟଣାର ଶିକାର ହୋଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!