Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
March 24, 2025
in Accident, State
ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣେ ମୃତ
44
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ବାରକୋଟ ଥାନା ଅନ୍ତର୍ଗତ ବାହାଡ଼ାପୋଶି ଓଭର ବ୍ରିଜ୍‌ ଉପରେ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟରକୁ ଏକ କଣ୍ଟେନର ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ବାରକୋଟ ଥାନା ବଲାଣି ଗ୍ରାମର ସମ୍ବାରୁ ଲୁହୁରାଙ୍କ ପୁଅ ବାଦଲ ଲୁହୁରା(୨୧) ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ ସନ୍ଧ୍ୟାରେ ମେଗା ଲିଫ୍ଟ ପ୍ରକଳ୍ପରେ ନିୟୋଜିତ ଭଲଟାସ କମ୍ପାନୀରେ ନିୟୋଜିତ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟର କଲା ଗ୍ରାମପଟୁ ବାରକୋଟ ଆଡ଼କୁ ଆସୁଥିଲା। ତେବେ ପଛପଟୁ ଆସୁଥିବା ଏକ କଣ୍ଟେନର ଉକ୍ତ କ୍ରାକ୍ଟରଟିକୁ ବାହାଡ଼ାପୋସିସ୍ଥିତ ୪୯ ନମ୍ବର ଜାତୀୟ ରାଜପଥ ଓଭର ବ୍ରିଜ୍‌ ଉପରେ ଧକ୍କା ଦେବାରୁ ଘଟଣାସ୍ଥଳରେ ଟ୍ରାକ୍ଟର ଚାଳକ ବାଦଲଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଟ୍ରାକ୍ଟରରେ ବସିଥିବା ଅନ୍ୟ ଜଣେ ଟ୍ରାକ୍ଟରରୁ ତଳକୁ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବାରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ଅନୁଗୋଳ ଜିଲାର ପାଲଲହଡ଼ା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ କ୍ଷତପୂରଣ ଦାବିରେ ମୃତ ଟ୍ରାକ୍ଟର ଚାଳକ ବାଦଲଙ୍କ ପରିବାର ଲୋକେ ସ୍ଥାନୀୟ ଲୋକଙ୍କ ସହିତ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ୪୯ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟକ ଯାନବାହନ ଅଟକି ରହିଥିଲା। ତେବେ ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାଶୁଝା କରିବା ପରେ ରାସ୍ତାରୋକୋ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!