Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଡିଏସପିଙ୍କୁ ବାନ୍ଧିଲା ଅସଲି ପୋଲିସ, ୨ ଲକ୍ଷର ଜାଲ ନୋଟ ଜବତ

by ସଞ୍ଜୟ ସ୍ୱାଇଁ
March 24, 2025
in Crime, State
ନକଲି ଡିଏସପିଙ୍କୁ ବାନ୍ଧିଲା ଅସଲି ପୋଲିସ, ୨ ଲକ୍ଷର ଜାଲ ନୋଟ ଜବତ
198
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ନକଲି ପୋଲିସ ବାବୁ । ନକଲି ପୋଲିସ ଡିଏସପିଙ୍କୁ ବନ୍ଧିଲା ପୋଲିସ । ଭୁବନେଶ୍ବର ସହିଦ ନଗର ଥାନା ପୋଲିସ ହେପାଜତରେ ଅଛନ୍ତି ନକଲି ଡିଏସପି । ନକଲି ଡିଏସ୍‌ପି ଜଣଙ୍କ ହେଲେ ମାନସ ରଞ୍ଜନ ସେନାପତି । ତାଙ୍କ ଘର ଭଦ୍ରକ ବାସୁଦେବପୁର ଅଞ୍ଚଳରେ ହୋଇଥିବା ବେଳେ ସେ ଭୁବନେଶ୍ୱର ଖାରବେଳନଗର ଥାନା ଅଞ୍ଚଳରେ ଥିବା ମଧୁସୂଦନ ନଗରରେ ରହୁଥିଲା l ତେବେ ଏହି ନକଲି ପୋଲିସ ବାବୁ ଜଣଙ୍କ ନକଲି ପରିଚୟ ପତ୍ର ଦେଖାଇ ନିଜକୁ DSP କହି ଅନେକ ଲୋକଙ୍କୁ ଚାକିରି କରାଇଦେବାକୁ କହି ଠକିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ପରେ ପରେ ତାଙ୍କୁ ପୋଲିସ ଗିରଫ କରିଛି । ସହିଦନଗର ଅଞ୍ଚଳରୁ ନାଇଟ ବ୍ଲକିଂ ଚେକିଂ ବେଳେ ତାଙ୍କୁ ପୋଲିସ ଧରିଥିବା ଜଣାପଡିଛି । ତାଙ୍କ ନିକଟରୁ ପୋଲିସ ୟୁନିଫର୍ମ, ନକଲି ନିଯୁକ୍ତି ପତ୍ର, ୨ ଲକ୍ଷରୁ ଅଧିକ ନକଲି ଟଙ୍କା, ନକଲି ପୋଲିସ ଆଇକାର୍ଡ, କାର୍, ଲାପଟପ୍, ମୋବାଇଲ ଫୋନ ଜବତ ହୋଇଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!