Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରଙ୍କୁ ତିନି ବର୍ଷ ଜେଲ୍

by ସଞ୍ଜୟ ସ୍ୱାଇଁ
March 28, 2025
in Crime, State
ଡାକ୍ତରଙ୍କୁ ତିନି ବର୍ଷ ଜେଲ୍
73
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ସରକାରୀ କାର୍ଯ୍ୟ ପାଇଁ ଲାଞ୍ଚ ନେବା ଅଭିଯୋଗରେ ଆଜି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜନୈକ ଡାକ୍ତରଙ୍କୁ ତିନି ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ତାଙ୍କୁ ୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ତିନି ମାସ ଜେଲ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଡାକ୍ତର ଜଣକ ହେଲେ ଫିରିଙ୍ଗିଆର ତତ୍କାଳୀନ ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ନିଶିଥ ନିଶାନ୍ତ ମାଲୁ। ସୂଚନା ଅନୁଯାୟୀ, ୨୦୨୧ ମସିହାରେ ଡ. ମାଲୁ ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଇନଚାର୍ଜ ଭାବେ କାର୍ଯ୍ୟରତ ଥିଲେ। ସେଠାରେ ବହୁମୂଖୀ ସ୍ୱାସ୍ଥ୍ୟ କର୍ମୀ ଥିବା ବେଣୁପାଣି ଦିଗାଲଙ୍କ ଆରସିଏମ ବିଲ କରିଦେବା ପାଇଁ ସେ ୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ବେଣୁପାଣି ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ୨୦୨୧ ମାର୍ଚ୍ଚ ୩୧ ତାରିଖ ଦିନ ଡ ମାଲୁ ଏହି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବାବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ବ୍ରହ୍ମପୁର ଭିଜିଲାନ୍ସ ଟିମ଼ ତାଙ୍କୁ ମାଡି ବସିଥିଲେ l ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୭/୨୧ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ଡାକ୍ତରଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଆଜି ଏହି ମାମଲାର ଶୁଣାଣୀ କରି ଭିଜିଲାନ୍ସ ଅଦାଲତ ବିଚାରପତି ସମର ବିଳାସ ବେହେରା ସାକ୍ଷ୍ୟ ପ୍ରମାଣ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି। ମାମଲାଟିକୁ ସ୍ବତନ୍ତ୍ର ପିପି ଭି ଭି ରାମଦାସ ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ, ଅଭିଯୁକ୍ତ ଡ. ମାଲୁ ବର୍ତ୍ତମାନ ତାଳଚେର ଉପଖଣ୍ଡ ଚିକିତ୍ସାଳୟରେ ମେଡିକାଲ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!