Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଯୋଜନା ଓ ପରିଚାଳନା କମିଟି ସମନ୍ୱୟ ବୈଠକ

by ସଞ୍ଜୟ ସ୍ୱାଇଁ
March 30, 2025
in Nayagarh, State
ଜିଲ୍ଲା ଯୋଜନା ଓ ପରିଚାଳନା କମିଟି ସମନ୍ୱୟ ବୈଠକ
39
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଯୋଜନା ଓ ପରିଚାଳନା କମିଟି ସମନ୍ୱୟ ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଉକ୍ତ ବୈଠକର ଆଭିମୁଖ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା ସାମାଜିକ ମଙ୍ଗଳ ଉନ୍ନୟନ ଅଧିକାରୀ, ଜିଲ୍ଲା ମଙ୍ଗଳ ଉନ୍ନୟନ ଅଧିକାରୀ, ଶିଶୁ ବିକାଶ ପ୍ରକଳ୍ପ ଉନ୍ନୟନ ଅଧିକାରୀ, ପ୍ରଧାନଶିକ୍ଷକ, ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ, ଜିଲ୍ଲା ପ୍ରକଳ୍ପ ସଂଯୋଜିକା କ୍ରିଷ୍ଣା ମାଝୀ, ପ୍ରଥମ ଓଡିଶା ବେସରକାରୀ ସଂସ୍ଥାର ପଦାଧିକାରୀ ରଣପୁର ବ୍ଲକ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ ଓ ଡିଆଇଇଟି ସିଆରସି ମନୋରଞ୍ଜନ ଦାଶ ପ୍ରମୁଖ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ଜିଲ୍ଲାରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ପର୍କୀତ ବିଭିନ୍ନ କାର୍ଯ୍ୟ କୁମର ଅଗ୍ରଗତି ସମ୍ପର୍କୀତ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଯଥା – ଶିକ୍ଷତା ସାମଗ୍ରୀ ମେଳାର ଆୟୋଜନ, ମାସିକ ବୈଠକ, ବିପିଏମୟୁ କାର୍ଯ୍ୟଧାରା, ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବଳ କେନ୍ଦ୍ର ଉପଯୋଗୀତା, ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ସରକାରଙ୍କ ତରଫରୁ ଯୋଗାଇ ଦିଆଯାଇଥିବା କମ୍ପ୍ୟୁଟର, ସ୍ମାର୍ଟ ଟିଭି, ଟାବଲେଟର ବ୍ୟବହାରକୁ ନିଶ୍ଚିତ କରାଇବା ଏବଂ ସମସ୍ତଙ୍କର ମିଳିତ ଉଦ୍ୟମରେ ଆମ ଜିଲ୍ଲାରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନକୁ ସୁଦୃଢ଼ କରାଇବା ପାଇଁ ପ୍ରୟାସ ଜାରି ରଖିବାକୁ ଜିଲ୍ଲାପାଳ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶେଷରେ କନଫେରନ୍‌ସ ମାଧ୍ୟମରେ ଶିକ୍ଷକ ତଥା ସମ୍ପର୍କୀତ ପଦାଧିକାରୀ ମାନଙ୍କୁ ସମ୍ପୃକ୍ତି କରିବାକୁ ଗୁରୁତ୍ୱ ଦିଆଯାଇଥିଲା । ଧନ୍ୟବାଦ ଅର୍ପଣ ପୂର୍ବକ ସଭା ସାଙ୍ଗ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!