Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
April 2, 2025
in Nayagarh, State
ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ
242
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସକୁ ଆଜି ଜିଲ୍ଲା ପରିଷଦ ସୃଜନ ସଭା ଗୃହରେ ପାଳନ କରାଯାଇଛି। ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦର, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶ ପ୍ରମୁଖ ମଞ୍ଚାସିନା ହୋଇଥିଲେ। ଅତିରିକ୍ତ ଜିଲ୍ଲାପାଳ ଜିଲ୍ଲାର ବିକାଶ ସମ୍ପର୍କରେ ବକ୍ତବ୍ୟ ରଖିବା ସହ କନ୍ୟାଭୁଣ ହତ୍ୟା ଭଳି କୁପ୍ରଥାରୁ ଦୂରେଇ ରହିବା ପାଇଁ ଆହ୍ଵାନ ଦେଇଥିଲେ। ଜିଲ୍ଲା ଗଠନରେ ଅଗ୍ରଣୀ ଭୂମିକା ନିଭାଇଥିବା ପୂର୍ବସୂରୀଙ୍କୁ ମନେ ପକାଇବା ସହ ଖୋର୍ଦ୍ଧା ସମବାୟ, ଜଙ୍ଗଲ, ବିଦ୍ୟୁତ ବିଭାଗରେ ରହିଥିବା ଅଂଶ ଜିଲ୍ଲାକୁ ଫେରି ଆସିବା ଆବଶ୍ୟକ ବୋଲି କହିଥିଲେ। ଜିଲ୍ଲା ଏକତ୍ରି କରଣ ପାଇଁ ଜିଲ୍ଲାପାଳ ଗୁରୁତ୍ଵ ଦେଇଥିବା ଅଧ୍ୟକ୍ଷ ସୂଚନା ଦେଇଥିଲେ।

ଜିଲ୍ଲାର ପ୍ରଶାସନିକ ବ୍ୟବସ୍ଥା ଅନ୍ୟ ଜିଲ୍ଲା ତୁଳନାରେ ଭିନ୍ନ ବୋଲି ଜିଲ୍ଲାପାଳ କହିଥିଲେ। ଜିଲ୍ଲାର ସାଂସ୍କୃତିକ ଗରିମା ବହୁତ ଅଧିକା ବୋଲି କହିଥିଲେ। ପ୍ରଶାସନକୁ ଜିଲ୍ଲାବାସୀଙ୍କ ସମର୍ଥନ ବହୁତ୍ ଅଧିକା। ଯାହା ଜିଲ୍ଲାକୁ ବିକାଶ ପଥରେ ଆଗେଇ ନେବ ବୋଲି ଜିଲ୍ଲାପାଳ କହିଥିଲେ। ଜିଲ୍ଲାର ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ କମ୍ପ୍ୟୁଟର ଶିକ୍ଷା ଗ୍ରହଣ ପାଇଁ ପାଇଲଟ୍ ପ୍ରୋଜେକ୍ଟ ଭାବେ ଗ୍ରହଣ କରାଯାଇଛି। ଜିଲ୍ଲାର ୫୬ ଟି ଉଚ୍ଚ ବିଦ୍ୟାଳୟରେ ଏହାକୁ ଆରମ୍ଭ କରାଯାଇଛି। ୨୩୫ ଉଚ୍ଚ ବିଦ୍ୟାଳୟ ଏହା କାର୍ଯ୍ୟକାରୀ ହେବ ବୋଲି କହିଥିଲେ। ନୟାଗଡ଼ ଜିଲ୍ଲାରୁ ବହୁ ବ୍ୟକ୍ତି ସର୍ବଭାରତୀୟ ସ୍ତରରେ କାର୍ଯ୍ୟ କରୁଛନ୍ତି ବୋଲି ଜିଲ୍ଲାପାଳ କହିଥିଲେ। ଜିଲ୍ଲା ଗଠନ ଇତିହାସ ସମ୍ପର୍କରେ ବରିଷ୍ଠ ଆଇନଜୀବୀ ପ୍ରତାପ ନନ୍ଦ କହିଥିଲେ। ବାରଆସୋସିଏସନ ସମ୍ପାଦକ ସ୍ବଦେଶ ମିଶ୍ର ଜିଲ୍ଲା ଗଠନ ସୁଫଳ ବିଷୟରେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଇନଜୀବୀ, ବରିଷ୍ଠ ନାଗରିକ, ସରକାରୀ କର୍ମଚାରୀ, ଅଧ୍ୟାପକ, ଅଧ୍ୟାପିକାଙ୍କ ସମେତ ଛାତ୍ରଛାତ୍ରୀମାନେ ସାମିଲ ହୋଇଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!