Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା, ସ୍ବାମୀ ଗିରଫ

by ସଞ୍ଜୟ ସ୍ୱାଇଁ
April 6, 2025
in Crime, State
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା, ସ୍ବାମୀ ଗିରଫ
23
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ବିବାହିତା ମହିଳାଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟଣାରେ ସ୍ବାମୀ ଗିରଫ । ମହିଳାଙ୍କ ବାପଘର ପକ୍ଷରୁ ପିଟିପିଟି ମାରିଦେବା ଅଭିଯୋଗ ପରେ ଗିରଫ ହୋଇଥିବା ଜଣାପଡିଛି । ଝିଅକୁ ଶାଶୁଘର ଲୋକ ପିଟିପିଟି ହତ୍ୟା କରିଥିବା ତିଗିରିଆ ଥାନାରେ ଅଭିଯୋଗ କରିଛନ୍ତି ମୃତକଙ୍କ ବାପା । ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ତିଗିରିଆ ଥାନା ବିଷ୍ଣୁପୁର ପ୍ରଧାନ ସାହିରେ ଘଟିଯାଇଛି ଏଭଳି ଅଘଟଣ । ବିବାହର ଦୀର୍ଘ ବର୍ଷ ପରେ ମଧ୍ୟ ଉଭୟ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ଭଲ ନଥିଲା । ବହୁ ସମୟରେ ମହିଳାଙ୍କ ସ୍ବାମୀ ମଦ୍ୟପାନ କରି ତାଙ୍କୁ ମାରପିଟ କରୁଥିବା ମୃତକଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି । ଶୁକ୍ରବାର ରାତିରେ ଉଭୟ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ପରେ ମହିଳାଙ୍କର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି । ତେବେ ଶାଶୁଘର ଲୋକେ ବୋହୂ କୀଟନାଶକ ଔଷଧ ଖାଇ ଆତ୍ମହତ୍ୟା କରିଥିବା କହୁଥିବା ବେଳେ ବାପଘର ପକ୍ଷରୁ ଝିଅକୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ପରେ ପୋଲିସ କେଶ ନଂ ୬୩/୨୫ ମାମଲା ରୁଜୁ କରି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଏହାସହ ମୃତକଙ୍କ ସ୍ଵାମୀକୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ଅଧିକ ତଦନ୍ତ ଜାରି ରଖିଛି ତିଗିରିଆ ଥାନା ପୋଲିସ । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ସାମ୍ନାକୁ ଆସିବ ବୋଲି ଥାନା ଅଧିକାରୀ ସମରେନ୍ଦ୍ର ପାଇକରାୟ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!