Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ୩ଜଣ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ ଯୋଗଦାନ, ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
April 11, 2025
in Nayagarh, State
ଜିଲ୍ଲାରେ ୩ଜଣ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ ଯୋଗଦାନ, ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା
143
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାର ନୟାଗଡ଼ ଜିଲ୍ଲାରେ ୩ଜଣ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିଯୁକ୍ତି ଦେଇଥିବା ବେଳେ ଆଜି ସେମାନେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସେମାନଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ ଜଣାଇଥିବା ବେଳେ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ଅନୁରୂପ ଭାବେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ପ୍ରକାଶଥାଉ କି କେନ୍ଦ୍ରାପଡ଼ା ବ୍ଲକ ଶିକ୍ଷାଧିକାରିଣୀ ଗୀତାଞ୍ଜଳି ସାହୁ, ଟାଙ୍ଗୀ ବ୍ଲକ ଶିକ୍ଷାଧିକାରିଣୀ ବନଲତା ବେହେରା ଏବଂ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରିଣୀ ସନ୍ଧ୍ୟାରାଣୀ ରାଉତ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭାବେ ପଦୋନ୍ନତି ପାଇ ନୟାଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ଯୋଗଦାନ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ(ପିଷ୍ଟା), ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ଏବଂ ଜିଲ୍ଲା ଏକ୍ସ କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ନେତା ଜ୍ୟୋତି ରଞ୍ଜନ ଦାଶ, ଭକ୍ତ ରଞ୍ଜନ ମିଶ୍ର, ଶେଖ ଅବଦୁଲ ଖାଲିକ, ବିଭୁ ପ୍ରସାଦ ସାହୁ, ଲକ୍ଷ୍ମୀଧର ସାହୁ, ସୁରେଶ ସେଠୀ, ଦୀନବନ୍ଧୁ ସାହୁ, ରବୀନ୍ଦ୍ର କୁମାର ସାହୁ ତଥା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ମୁଖ୍ୟ କିରାଣୀ ରାମକୃଷ୍ଣ ପଟ୍ଟନାୟକ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ, ଜିଲ୍ଲା କ୍ରୀଡ଼ା ଶିକ୍ଷାଧିକାରୀ ଅନିଲ କୁମାର ଦାଶ ପ୍ରମୁଖ ଉପସ୍ଥିତ ରହି ଯୋଗଦାନ କରିଥିବା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ମାନଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!