Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

Give Blood Save life ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
April 11, 2025
in Nayagarh, State
Give Blood Save life ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ପାଳିତ
108
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଅପ୍ରେଲ ୧୧ ଶୁକ୍ରବାର ଦିନ ଇଟାମାଟି ନିକଟସ୍ଥ ଭୈରବୀ ମନ୍ଦିର ପ୍ରାଙ୍ଗଣରେ Give Blood Save life ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ତୃତୀୟ ଥର ପାଇଁ ପାଳିତ ହୋଇଯାଇଅଛି | ଏହି କାର୍ଯ୍ୟକ୍ରମ ରେ ୧୫୦ ରୁ ଉର୍ଦ୍ଧ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିବା ସହିତ ୨୦ କି.ଗ୍ରା. ରୁ ଉର୍ଦ୍ଧ ଛେନାପୋଡ଼ କଟାଯାଇଥିଲା | ଅନୁଷ୍ଠାନ ର ସଭାପତି ଭାଗିରଥି ବାଇ ସ୍ୱାଗତ ସମ୍ଭାଷଣ ଦେଇଥିବା ବେଳେ ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଅଶୋକ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ନିକୁଲ୍ ର ନିର୍ଦେଶକ ଦିଲ୍ଲୀପ କୁମାର ସାହୁ ଏହା କୁ ପରିଚାଳନା କରିଥିଲେ | ଇଟାମାଟି ର ବହୁ ମାନ୍ୟଗନ୍ୟ ବ୍ୟକ୍ତି ଓ ବୁଦ୍ଧିଜୀବି ମାନେ ଯଥା ଶ୍ରବଣ କୁମାର ରାମ , ବିଶ୍ୱନାଥ ମହାପାତ୍ର ,କ୍ରିଷ୍ଣା କୁମାର ଅଗ୍ରୱାଲ ,ପ୍ରଶାନ୍ତ କୁମାର ପ୍ରଧାନ, ସଚ୍ଚିଦା ନନ୍ଦ ସାଥୁଆ, ଜଗନ୍ନାଥ ଦାଶ,ସୁକାନ୍ତ ମହାନ୍ତି, ପତାକା ସାହୁ , ସରୋଜ କୁମାର ସାହୁ, ସୀତୁ ପ୍ରକାଶ ରଥ , ସଞ୍ଜୟ କୁମାର ସାହୁ , ପ୍ରଭୁଦତ୍ତ ପ୍ରଧାନ, ବବୁଲ ଦାଶ, ଦେବାଶିଷ ରାଉତ , ସାଇ ଶୁଭମ, ସନ୍ତୋଷ ପ୍ରଧାନ , ରମେଶ ମଲ୍ଲ | ଏହି କାର୍ଯ୍ୟକ୍ରମ ରେ ପ୍ରାୟ ୨୦ କେଜି ରୁ ଉର୍ଦ୍ଧ ଛେନା ପୋଡ଼ ବଣ୍ଟନ କରାଯିବା ସହିତ ଛେନା ପୋଡ଼ କୁ ନେଇ ସମସ୍ତ ଙ୍କ ର ସ୍ମୃତି ଅନୁଭୂତି ଓ ଅନୁଭବ ବର୍ଣ୍ଣନା କରିଥିଲେ | ଛେନାପୋଡ଼ କୁ କିପରି ଜିଆଇ ଟ୍ୟାଗ ମିଳିବ ସେହି ଉପରେ ଏକ ଆଲୋଚନା ଚକ୍ର ମଧ୍ୟ କରାଯାଇଥିଲା | ଛେନାପୋଡ଼ କିପରି ସାରା ବିଶ୍ୱରେ ପ୍ରଚାରିତ ହେବ ସେ ସମ୍ପର୍କରେ ବହୁ ମତାମତ ପ୍ରକାଶ ପାଇଥିଲା। ଛେନାପୋଡ଼କୁ ବିବାଦ ଭିତର କୁ ନଟାଣି କେବଳ ନୟାଗଡ ର ଦରବ ଭାବରେ ସାରା ବିଶ୍ୱରେ ପ୍ରଚାର ପ୍ରସାର କରିଵା ପାଇଁ ସମସ୍ତଙ୍କର ଆହ୍ୱାନ ଥିଲା । ଇଟାମାଟିର ବହୁ ମିଠା କାରିଗର ସୁସ୍ବାଦୁ ଛେନାପୋଡ଼ ତିଆରି କରନ୍ତି । ସେମାନଙ୍କ ଅସୁବିଧା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।ଅନୁଷ୍ଠାନ ର ପ୍ରତିଷ୍ଠାତା ସଦସ୍ୟ ପ୍ରଶାନ୍ତ କୁମାର ସାହୁ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!