Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଟ୍ୟରଥି ଗୋବିନ୍ଦ ଶୂରଦେଓଙ୍କ ୧୪୧ତମ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
April 12, 2025
in Nayagarh, State
ନାଟ୍ୟରଥି ଗୋବିନ୍ଦ ଶୂରଦେଓଙ୍କ ୧୪୧ତମ ଜୟନ୍ତୀ ପାଳିତ
29
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ିଶାର ଅନ୍ୟତମ ବରପୁତ୍ର, ବହୁମୁଖୀ ପ୍ରତିଭା,ମହାନ ନାଟ୍ୟକାର ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ନାଟ୍ୟରଥି ଗୋବିନ୍ଦ ଚନ୍ଦ୍ର ଶୂରଦେଓଙ୍କ ୧୪୧ତମ ଜନ୍ମ ଜୟନ୍ତୀ ‘ମୈତ୍ରୀ ଯୁବ ସଂସଦ’, ‘ନାଟ୍ୟଧାରା ‘ ଏବଂ ‘ସଙ୍ଗୀତଧାରା’ର ମିଳିତ ଆନୁକୁଲ୍ୟରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଜି ପ୍ରତ୍ୟୁଷରେ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ନାଟ୍ୟରଥିଙ୍କ ପ୍ରତିମୂର୍ତ୍ତିରେ ଧୂପ, ପୁଷ୍ପ ଏବଂ ମାଲ୍ୟାର୍ପଣ କରାଯିବା ସହିତ ସ୍ବର୍ଗତ ନାଟ୍ୟରଥିଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋଚନା କରାଯାଇଥିଲା।ସ୍ୱର୍ଗତ ଗୋବିନ୍ଦ ଶୂରଦେଓ ନାଟକ ରଚନା ସହିତ ଚିତ୍ରସଜ୍ଜା,ମଞ୍ଚସଜ୍ଜା,ନାଟ୍ୟ ନିର୍ଦ୍ଦେଶନା, ଗୀତିକାର, ସଙ୍ଗୀତ ସଂଯୋଜନା, କଣ୍ଠଦାନ,ଅଭିନୟ ତଥା ଅଭିନେତା ମାନଙ୍କର ବେଶସଜ୍ଜା ଆଦି ନାଟକର ବିଭିନ୍ନ ବିଭାଗରେ ବିଚକ୍ଷଣ ଭାବେ ସଫଳ ହୋଇ ସୃଷ୍ଟି କରିଥିଲେ କିମ୍ବଦନ୍ତୀ । ସେହିପରି ରାସଲୀଳାକୁ ଅତ୍ୟାଧୁନିକ ନାଟ୍ୟରୂପ ଦେବାରେ ନାଟ୍ୟରଥି ଗୋବିନ୍ଦ ଶୂରଦେଓ ହିଁ ଓଡ଼ିଶାରେ ପ୍ରଥମ ଥିଲେ । ଏହିପରି ଜଣେ ବହୁମୂଖୀ ପ୍ରତିଭା ଯେ କେବଳ ନାଟ୍ୟଜଗତରେ ପ୍ରସିଦ୍ଧି ଲାଭ କରିଥିଲେ ତା ନୁହେଁ ଓଡ଼ିଶାର ଜାତୀୟ ଆନ୍ଦୋଳନରେ ଭାଗ ନେଇ ରଚନା କରିଥଲେ ଅନେକ ଦେଶାତ୍ମବୋଧ ସଙ୍ଗୀତ । ଏପରିକି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ସ୍ୱର୍ଗତ ଶୂରଦେଓଙ୍କ ଭୂମିକା ମଧ୍ୟ ଗୁରୁତ୍ୱପୁର୍ଣ୍ଣ ଥିଲା ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଦାମୋଦର ସାହୁ,ସାହିତ୍ୟିକ ନିର୍ମଳ ଚନ୍ଦ୍ର ଶୂରଦେଓ,କବି ଅଶୋକ ମଲ୍ଲ, ଯୁବ ମୈତ୍ରୀ ସଂସଦ ସଂପାଦକ ପ୍ରଦୀପ କୁମାର ସାହୁ, ଲକ୍ଷ୍ମୀଧର ସାହୁ, ଗୋକୁଳ ଷଡ଼ଙ୍ଗୀ, ପ୍ରଫୁଲ୍ଲ କୁମାର ନାୟକଙ୍କ ସମେତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦାନ କରି ନାଟ୍ୟରଥିଙ୍କୁ ସସମ୍ମାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!