Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ

by ସଞ୍ଜୟ ସ୍ୱାଇଁ
April 14, 2025
in Education, State
ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ
101
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠ ପଢା । ଶିକ୍ଷାବର୍ଷ ୨୦୨୫-୨୬ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନେ ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ କରିପାରିବେ। ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ। ଜାତୀୟ ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀମାନେ SAMS ମାଧ୍ୟମରେ ଫର୍ମ ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମର ବିଭିନ୍ନ ପ୍ରକାର ଯଥା: ଗୋଟିଏ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହେବା ସହିତ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ। ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବି.ଏଡ/ ଏମ.ଏଡ /ବି.ଏଚ.ଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ମଧ୍ୟ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!