ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଡ. ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶ ଯୋଗ ଦେଇଥିଲେ।

ଆମ୍ବେଦକରଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା। ସାମାଜିକ ନ୍ୟାୟ ବ୍ୟବସ୍ଥା ପାଇଁ ଅନେକ ସଂଘର୍ଷ କରିଥିଲେ ଆମ୍ବେଦକର। ଅପୃଷ୍ୟତା ଦୂର କରିବା ପାଇଁ ତାଙ୍କ ସଂଗ୍ରାମ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଅତିଥିମାନେ ମତ ବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ଓଡ଼ଗାଁ ମହାବିଦ୍ୟାଳୟ ପ୍ରାକ୍ତନ ଅଧ୍ୟକ୍ଷ ମହମ୍ମଦ ଓମାର ମଲ୍ଲିକଙ୍କ ସମେତ ବହୁ ବୁଦ୍ଧିଜୀବୀ ସାମିଲ ହୋଇଥିଲେ।






